ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଉତ୍ତର ପ୍ରଦେଶର ଫତେହପୁରରେ ହୋଇଥିବା ସଡକ ଦୁର୍ଘଟଣାର ମୃତକମାନଙ୍କ ପାଇଁ ଶୋକ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ
ପୀଡିତମାନଙ୍କ ପାଇଁ ପିଏମଏନଆରଏଫରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା
Posted On:
16 MAY 2023 9:40AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଉତ୍ତର ପ୍ରଦେଶର ଫତେହପୁରରେ ଏକ ସଡକ ଦୁର୍ଘଟଣା ଯୋଗୁଁ ହୋଇଥିବା ମୃତ୍ୟୁରେ ଶୋକ ବ୍ୟକ୍ତ କରିଛନ୍ତି । ଶ୍ରୀ ମୋଦୀ ପୀଡିତମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;
“ଉତ୍ତର ପ୍ରଦେଶର ଫତେହପୁରରେ ହୋଇଥିବା ସଡକ ଦୁର୍ଘଟଣା ବେଶ ଦୁଃଖଦ । ଏହି ଦୁର୍ଘଟଣାରେ ଯେଉଁମାନେ ନିଜ ପରିଜନଙ୍କୁ ହରାଇଛନ୍ତି, ସେମାନଙ୍କ ପ୍ରତି ମୋର ଗଭୀର ସମବେଦନା । ଏହାସହିତ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି: ପ୍ରଧାନମନ୍ତ୍ରୀ ମୋଦୀ"
“ପ୍ରଧାନମନ୍ତ୍ରୀ @narendramodi ଫତେହପୁର ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପରିଜନମାନଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି । ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ ।”
SR
(Release ID: 1924664)
Visitor Counter : 146
Read this release in:
Assamese
,
English
,
Urdu
,
Marathi
,
Hindi
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam