ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମହୀଶୂର ଏବଂ ଧାନବାଦ ଦୁର୍ଘଟଣାରେ ଜୀବନହାନିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଶୋକ


ପିଏମଏନଆରଏଫରୁ ସହାୟତା ଘୋଷଣା

ପୋଷ୍ଟ କରାଯିବା ଦିନାଙ୍କ: 31 MAY 2023 2:50PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହୀଶୂର ଏବଂ ଧାନବାଦ ଦୁର୍ଘଟଣାରେ ଜୀବନହାନିକୁ ନେଇ ଶୋକବ୍ୟକ୍ତ କରିଛନ୍ତି । ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି (ପିଏମଏନଆରଏଫ୍‌) ରୁ  ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ କରାଯାଇଛି:

କର୍ଣ୍ଣାଟକର ମହୀଶୂର ଦୁର୍ଘଟଣା ଯୋଗୁ ଗଭୀର ମର୍ମାହତ । ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାର ପ୍ରତି ସମବେଦନା । ଆହତଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି: ପ୍ରଧାନମନ୍ତ୍ରୀ

ଧାନବାଦ୍ ଦୁର୍ଘଟଣାରେ ପ୍ରାଣହାନି ଅତ୍ୟନ୍ତ ଦୁର୍ଭାଗ୍ୟଜନକ । ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା । ଆହତଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି: ପ୍ରଧାନମନ୍ତ୍ରୀ

‘ମହୀଶୂର ଏବଂ ଧାନବାଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତି ମୃତକଙ୍କ ପରିବାରକୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।

 SR


(ରିଲିଜ ଆଡି: 1928574) ପରିଦର୍ଶକ କାଉଣ୍ଟର : 180