ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଆମେରିକାର ଭାରତୀୟ ସମ୍ପ୍ରଦାୟ ସଦସ୍ୟଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

Posted On: 24 JUN 2023 7:30AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୩ ଜୁନ୍ ୨୦୨୩ ରେ ୱାଶିଂଟନ୍ ଡି.ସି.ର ରୋନାଲଡ୍ ରେଗାନ୍ ସେଣ୍ଟରରେ ଭାରତୀୟ ସମ୍ପ୍ରଦାୟର ସଦସ୍ୟଙ୍କ ସହ ଆଲୋଚନା କରିଥିଲେ ।

ପ୍ରଧାନମନ୍ତ୍ରୀ ତାଙ୍କ ସମ୍ବୋଧନରେ ଭାରତୀୟ ସମ୍ପ୍ରଦାୟର ସଦସ୍ୟମାନଙ୍କୁ ଆମେରିକାରେ ନିଜ ନିଜ କ୍ଷେତ୍ରରେ ସଫଳତା ପାଇଁ ଅଭିନନ୍ଦନ ଜଣାଇବା ସହ ଅମୃତ କାଳ ସମୟରେ ଭାରତର ଅଭିବୃଦ୍ଧିରେ ସହଯୋଗ କରିବାକୁ ଆମନ୍ତ୍ରଣ କରିଥିଲେ । ଭାରତ-ଆମେରିକା ସମ୍ପର୍କକୁ ମଜବୁତ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବାରୁ ପ୍ରଧାନମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ଏବଂ ଦ୍ୱିପାକ୍ଷିକ ସହଭାଗିତାର ଭବିଷ୍ୟତ କ୍ଷେତ୍ର ଉପରେ ଆଲୋକପାତ କରିଛନ୍ତି ।

HS



(Release ID: 1934973) Visitor Counter : 113