ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଓଡ଼ିଶାର ଗଞ୍ଜାମ ଜିଲ୍ଲାରେ ଘଟିଥିବା ବସ ଦୁର୍ଘଟଣା ଜନିତ ପ୍ରାଣହାନିକୁ ନେଇ ଶୋକପ୍ରକାଶ କଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ ଘୋଷଣା କଲେ ଅନୁକମ୍ପାମୂଳକ ସହାୟତା
ପୋଷ୍ଟ କରାଯିବା ଦିନାଙ୍କ:
26 JUN 2023 12:12PM by PIB Bhubaneswar
ଓଡ଼ିଶାର ଗଞ୍ଜାମ ଜିଲ୍ଲାରେ ଘଟିଥିବା ବସ ଦୁର୍ଘଟଣାଜନିତ ପ୍ରାଣହାନିକୁ ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହିତ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ସେହିପରି ଆହତମାନଙ୍କ ପାଇଁ ୫୦,୦୦୦ ଟଙ୍କାର ସହାୟତା ଘୋଷଣା କରାଯାଇଛି।
ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି;
‘‘ଓଡ଼ିଶାର ଗଞ୍ଜାମ ଜିଲ୍ଲାରେ ଘଟିଥିବା ମର୍ମନ୍ତୁଦ ବସ ଦୁର୍ଘଟଣାରେ ମୁଁ ମର୍ମାହତ । ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ରିଲିଫ୍ ପାଣ୍ଠି(PMNRF)ରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରାଯିବ । ଆହତ ମାନଙ୍କୁ ୫୦ ହଜାର ଟଙ୍କାର ସହାୟତା ରାଶି ଯୋଗାଇ ଦିଆଯିବ : ପ୍ରଧାନମନ୍ତ୍ରୀ।’’
*****
P.S.
(ରିଲିଜ ଆଡି: 1935355)
ପରିଦର୍ଶକ କାଉଣ୍ଟର : 151
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Assamese
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam