ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

କୁମାରଘାଟରେ ଉଲଟା ରଥଯାତ୍ରା ସମୟରେ ଘଟିଥିବା ଦୁର୍ଘଟଣାକୁ ନେଇ ଦୁଃଖପ୍ରକାଶ କଲେ ପ୍ରଧାନମନ୍ତ୍ରୀ


ପୀଡ଼ିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ଘୋଷଣା କଲେ ଅନୁକମ୍ପାମୂଳକ ସହାୟତା ରାଶି

Posted On: 28 JUN 2023 9:12PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତ୍ରିପୁରାର କୁମାରଘାଟରେ ଉଲଟା ରଥଯାତ୍ରା ସମୟରେ ଘଟିଥିବା ଦୁର୍ଘଟଣାକୁ ନେଇ ଗଭୀର ଶୋକ ପ୍ରକଟ କରିଛନ୍ତି । ଶ୍ରୀ ମୋଦୀ ଦୁର୍ଘଟଣାରେ ପୀଡ଼ିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି :

‘‘କୁମାରଘାଟରେ ଘଟିଥିବା ଦୁର୍ଘଟଣା ଦୁଃଖଦାୟକ। ଏହି ଦୁର୍ଘଟଣାରେ ନିଜର ପ୍ରିୟଜନଙ୍କୁ ହରାଇଥିବା ଲୋକଙ୍କ ପ୍ରତି ସମବେଦନା ଜଣାଉଛି । ଆହତମାନଙ୍କର ଆଶୁ ଆରୋଗ୍ୟ କାମନା କରୁଛି । ସ୍ଥାନୀୟ ପ୍ରଶାସନ ପୀଡ଼ିତମାନଙ୍କୁ ଯଥାସମ୍ଭବ ସହାୟତା ଯୋଗାଇ ଦେଉଛି : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ’’।

‘‘ତ୍ରିପୁରାରେ ଘଟିଥିବା ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଯୋଗାଇ ଦିଆଯିବ ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କାର ସହାୟତା ପ୍ରଦାନ କରାଯିବ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ’’

********

P.S.



(Release ID: 1936132) Visitor Counter : 94