ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ମଧ୍ୟପ୍ରଦେଶର ଦତିଆ ଠାରେ ଏକ ସଡ଼କ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
ପୀଡିତଙ୍କ ପାଇଁ ପିଏମଏନଆରଏଫ ରୁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି
Posted On:
28 JUN 2023 8:08PM by PIB Bhubaneshwar
ମଧ୍ୟପ୍ରଦେଶର ଦତିଅ। ଜିଲ୍ଲାରେ ଏକ ସଡକ ଦୁର୍ଘଟଣା ଯୋଗୁଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ତରଫରୁ ଶ୍ରୀ ମୋଦୀ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;
“ଦତିଆରେ ସଡ଼କ ଦୁର୍ଘଟଣା ହୃଦୟ ବିଦାରକ । ଏହି ଦୁର୍ଘଟଣାରେ ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପରିବାର ପ୍ରତି ମୋର ସମବେଦନା । ମୁଁ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି । ରାଜ୍ୟ ସରକାରଙ୍କ ତତ୍ୱାବଧାନରେ ସ୍ଥାନୀୟ ପ୍ରଶାସନ ରିଲିଫ ଓ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି: ପ୍ରଧାନମନ୍ତ୍ରୀ ମୋଦୀ”
“ପିଏମଏନଆରଏଫ୍ ରୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଦତିଆ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ଦିଆଯିବ । ଆହତମାନଙ୍କୁ ୫୦ ହଜାର ଟଙ୍କା କରି ଦିଆଯିବ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
HS
(Release ID: 1936160)
Visitor Counter : 113
Read this release in:
English
,
Urdu
,
Hindi
,
Marathi
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam