ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ରାଷ୍ଟ୍ରପତି ପୁଟିନଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଦ୍ୱିପାକ୍ଷିକ, ଆଞ୍ଚଳିକ ଏବଂ ବିଶ୍ୱସ୍ତରୀୟ ପ୍ରସଙ୍ଗ ଉପରେ ଆଲୋଚନା
ଆଲୋଚନା ଏବଂ କୂଟନୈତିକ ମାର୍ଗ ଆପଣେଇବା ଉପରେ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱ
Posted On:
30 JUN 2023 7:02PM by PIB Bhubaneshwar
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଋଷ ରାଷ୍ଟ୍ରପତି ମାନ୍ୟବର ଶ୍ରୀ ଭ୍ଳାଦିମିର ପୁଟିନଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇଛନ୍ତି ।
ସେମାନେ ଦ୍ୱିପାକ୍ଷିକ ସହଯୋଗ ଅଗ୍ରଗତିର ସମୀକ୍ଷା କରିଥିଲେ ଏବଂ ପାରସ୍ପରିକ ସ୍ୱାର୍ଥ ସମ୍ବଳିତ ଆଞ୍ଚଳିକ ଏବଂ ବିଶ୍ୱସ୍ତରୀୟ ପ୍ରସଙ୍ଗ ଉପରେ ମତ ବିନିମୟ କରିଥିଲେ ।
ରାଷ୍ଟ୍ରପତି ପୁଟିନ ଋଷର ସାମ୍ପ୍ରତିକ ସ୍ଥିତି ସଂକ୍ରାନ୍ତରେ ପ୍ରଧାନମନ୍ତ୍ରୀଙ୍କୁ ସୂଚନା ଦେଇଛନ୍ତି ।
ୟୁକ୍ରେନ ପରିସ୍ଥିତି ବିଷୟରେ ଆଲୋଚନା କରୁଥିବାବେଳେ ପ୍ରଧାନମନ୍ତ୍ରୀ କଥାବାର୍ତ୍ତା ଏବଂ କୂଟନୈତିକ ମାର୍ଗ ଆପଣେଇବା ଉପରେ ଗୁରୁତ୍ୱ ଦେଇଛନ୍ତି ।
ଉଭୟ ନେତା ପରସ୍ପର ସହିତ ଯୋଗାଯୋଗରେ ରହିବାକୁ ରାଜି ହୋଇଥିଲେ ଏବଂ ଦୁଇ ଦେଶ ମଧ୍ୟରେ ସ୍ୱତନ୍ତ୍ର ତଥା ବିଶେଷ ରଣନୀତିକ ଭାଗିଦାରୀକୁ ଆହୁରି ମଜବୁତ କରିବାକୁ ଉଦ୍ୟମ ଜାରି ରଖିବାକୁ ସହମତ ହୋଇଥିଲେ ।
HS
(Release ID: 1936539)
Visitor Counter : 142
Read this release in:
English
,
Urdu
,
Marathi
,
Hindi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam