ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଜୁଲାଇ ୧୩ ରୁ ୧୫, ୨୦୨୩ ପର୍ଯ୍ୟନ୍ତ ଫ୍ରାନ୍ସ ଏବଂ ୟୁଏଇ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

Posted On: 12 JUL 2023 2:19PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୩ ରୁ ୧୫ ଜୁଲାଇ ୨୦୨୩ ପର୍ଯ୍ୟନ୍ତ ଫ୍ରାନ୍ସ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) କୁ ସରକାରୀ ଗସ୍ତରେ ଯିବେ ।

ଫ୍ରାନ୍ସର ରାଷ୍ଟ୍ରପତି ଶ୍ରୀ ଇମାନୁଏଲ୍ ମାକ୍ରୋନ୍‌‍ଙ୍କ ଆମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ୧୩ ରୁ ୧୪ ଜୁଲାଇ ୨୦୨୩ ପ୍ୟାରିସ ଗସ୍ତ କରିବେ । ୧୪ ଜୁଲାଇ ୨୦୨୩ ରେ ବଷ୍ଟିଲ୍ ଡେ ପ୍ୟାରେଡରେ ପ୍ରଧାନମନ୍ତ୍ରୀ ସମ୍ମାନିତ ଅତିଥି ଭାବରେ ଯୋଗଦେବେ, ଯେଉଁଠାରେ ଭାରତୀୟ ସଶସ୍ତ୍ର ବାହିନୀ ପକ୍ଷରୁ ତିନିଟି ଦଳ ଅଂଶଗ୍ରହଣ କରିବେ ।

ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ମାକ୍ରୋନ୍‌‍ଙ୍କ ସହ ଆନୁଷ୍ଠାନିକ ଆଲୋଚନା କରିବେ । ରାଷ୍ଟ୍ରପତି ମାକ୍ରୋନ୍ ପ୍ରଧାନମନ୍ତ୍ରୀଙ୍କ ସମ୍ମାନାର୍ଥେ ଏକ ସରକାରୀ ଭୋଜି ସହିତ ଏକ ବ୍ୟକ୍ତିଗତ ରାତ୍ରୀଭୋଜନର ମଧ୍ୟ ଆୟୋଜନ କରିବେ ।

ପ୍ରଧାନମନ୍ତ୍ରୀ ଫ୍ରାନ୍ସର ପ୍ରଧାନମନ୍ତ୍ରୀଙ୍କ ସହିତ ସିନେଟ ଏବଂ ଫ୍ରାନ୍ସର ନେସନାଲ ଆସେମ୍ଳିର ସଭାପତିଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି । ସେ ଫ୍ରାନ୍ସରରେ ଥିବା ପ୍ରବାସୀ ଭାରତୀୟ, ଭାରତୀୟ ଏବଂ ଫରାସୀ କମ୍ପାନୀର ସିଇଓ ଏବଂ ଫ୍ରାନ୍ସର ବିଶିଷ୍ଟ ବ୍ୟକ୍ତିତ୍ୱଙ୍କ ସହ ପୃଥକ ଭାବରେ ଆଲୋଚନା କରିବେ ।

ଚଳିତ ବର୍ଷ ଭାରତ - ଫ୍ରାନ୍ସ ରଣନୀତିକ ସହଯୋଗର ୨୫ ତମ ବାର୍ଷିକୀ ପାଳନ କରାଯାଉଛି, ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଭବିଷ୍ୟତ ପାଇଁ ରଣନୀତିକ, ସାଂସ୍କୃତିକ, ବୈଜ୍ଞାନିକ, ଶିକ୍ଷା ଏବଂ ଅର୍ଥନୈତିକ ସହଯୋଗ ଭଳି ବିଭିନ୍ନ କ୍ଷେତ୍ରରେ ସହଭାଗିତାର ରୂପରେଖ ପ୍ରସ୍ତୁତ କରିବାର ସୁଯୋଗ ପ୍ରଦାନ କରିବ ।

ଏହା ପରେ ପ୍ରଧାନମନ୍ତ୍ରୀ ଜୁଲାଇ ୧୫ ରେ ଆବୁଧାବି ଗସ୍ତ କରିବେ । ପ୍ରଧାନମନ୍ତ୍ରୀ ୟୁଏଇର ରାଷ୍ଟ୍ରପତି ତଥା ଆବୁଧାବିର ଶାସକ ମାନ୍ୟବର ଶେଖ ମହମ୍ମଦ ବିନ୍‍ ଜାୟେଦ ଅଲ ନାହ୍ୟାନଙ୍କ ସହିତ ଆଲୋଚନା କରିବେ । ଭାରତ-ୟୁଏଇର ବ୍ୟାପକ ରଣନୀତିକ ଭାଗିଦାରୀ କ୍ରମାଗତ ଭାବରେ ମଜବୁତ ହୋଇଛି ଏବଂ ଶକ୍ତି, ଶିକ୍ଷା, ସ୍ୱାସ୍ଥ୍ୟସେବା, ଖାଦ୍ୟ ନିରାପତ୍ତା, ଫିନଟେକ୍‌, ପ୍ରତିରକ୍ଷା ଏବଂ ସଂସ୍କୃତି ଭଳି ବିଭିନ୍ନ କ୍ଷେତ୍ରରେ ଏହାକୁ ଆଗକୁ ନେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଏକ ସୁଯୋଗ ହେବ । ଏହା ମଧ୍ୟ ବିଶ୍ୱସ୍ତରୀୟ ପ୍ରସଙ୍ଗରେ ସହଯୋଗ ଉପରେ ଆଲୋଚନା କରିବାର ଏକ ସୁଯୋଗ ହେବ, ବିଶେଷକରି ୟୁଏନଏଫସିସିର ସିଓପି-୨୮ ର ୟୁଏଇର ରାଷ୍ଟ୍ରପତି ଏବଂ ଭାରତର ଜି -୨୦ ଅଧ୍ୟକ୍ଷତା ପରିପ୍ରେକ୍ଷୀରେ ଯେଉଁଥିରେ ୟୁଏଇ ଏକ ସ୍ୱତନ୍ତ୍ର ଆମନ୍ତ୍ରିତ ସଦସ୍ୟ ଅଟେ ।

HS



(Release ID: 1939050) Visitor Counter : 94