ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ

ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ଆବୁଧାବୀରେ ଆଇଆଇଟି ଦିଲ୍ଲୀ କ୍ୟାମ୍ପସ ପ୍ରତିଷ୍ଠା ପାଇଁ ଏମଓୟୁ


ଭାରତର ଶିକ୍ଷାର ଅନ୍ତର୍ଜାତୀୟକରଣରେ ନୂତନ ଅଧ୍ୟାୟ ଆରମ୍ଭ– ଧର୍ମେନ୍ଦ୍ର ପ୍ରଧାନ

ୟୁଏଇରେ ଆଇଆଇଟି ଦିଲ୍ଲୀ କ୍ୟାମ୍ପସ ଦୁଇ ଦେଶର ବନ୍ଧୁତ୍ୱର ପ୍ରତିଫଳନ

ଏହି ପଦକ୍ଷେପ ଜାତୀୟ ଶିକ୍ଷା ନୀତିରେ କଳ୍ପନାକୁ ବାସ୍ତବର ରୂପ ଦେବ

ଭାରତୀୟ ଓ ବିଶ୍ୱର ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି ହେବ

Posted On: 15 JUL 2023 6:27PM by PIB Bhubaneshwar

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଆବୁଧାବୀରେ ଆଇଆଇଟି ଦିଲ୍ଲୀ କ୍ୟାମ୍ପସ ପ୍ରତିଷ୍ଠା ପାଇଁ ବୁଝାମଣା ପତ୍ର ସ୍ୱାକ୍ଷରିତ(ଏମଓୟୁ) ହୋଇଛି । ଏହା ଦ୍ୱାରା ଭାରତର ଶିକ୍ଷାର ଅନ୍ତର୍ଜାତୀୟକରଣ ଦିଗରେ ଏକ ନୂତନ ଅଧ୍ୟାୟ ଆରମ୍ଭ ହୋଇଛି ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଏହି ପଦକ୍ଷେପ ନୂଆ ଭାରତର ନୂତନତ୍ୱ ଓ ଦକ୍ଷତା କ୍ଷେତ୍ରରେ ଏକ ଉଦାହରଣ । ୟୁଏଇରେ ଆଇଆଇଟି ଦିଲ୍ଲୀ କ୍ୟାମ୍ପସ ସ୍ଥାପନ ହେବା ଭାରତ ଏବଂ ୟୁଏଇ ବନ୍ଧୁତ୍ୱର ଏକ ପ୍ରତିଫଳନ । ଏହି ପଦକ୍ଷେପ ଜାତୀୟ ଶିକ୍ଷା ନୀତିରେ କଳ୍ପନାକୁ ବାସ୍ତବର ରୂପ ଦେବ ତଥା ଉଭୟ ଦେଶର ପାରସ୍ପରିକ ସମୃଦ୍ଧି ଏବଂ ବିଶ୍ୱର ବିକାଶ ଦିଗରେ ଜ୍ଞାନଶକ୍ତିର ଉପଯୋଗ ପାଇଁ ଏହା ଏକ ନୂତନ ଢାଞ୍ଚା ସ୍ଥାପିତ କରିବ । ଭାରତ ଓ ୟୁଏଇର ରଣନୈତିକ ଭାଗିଦାରୀ ସୁଦୃଢ ହେବ । ଭାରତୀୟ ଓ ବିଶ୍ୱର ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି ହେବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।

ଉଲ୍ଲେଖନୀୟ ଯେ, ନିକଟରେ ଗତ ୧୦ ତାରିଖରେ ଆଇଆଇଟି ଦିଲ୍ଲୀ ଠାରେ ୟୁଏଇର ପ୍ରାଥମିକ ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ ସାରା ମୁସଲ୍ଲମଙ୍କୁ ସାକ୍ଷାତ୍ କରିବା ଅବସରରେ ଆବୁଧାବୀରେ ଦିଲ୍ଲୀର ଆଇଆଇଟି କ୍ୟାମ୍ପସ ପ୍ରତିଷ୍ଠା ହେବା ନେଇ କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଥିଲେ । ଏହା ପୂର୍ବରୁ ଗତ ୭ ତାରିଖରେ ବିଦେଶରେ ଆଇଆଇଟିର ସର୍ବପ୍ରଥମ କ୍ୟାମ୍ପସ ତଥା ତାଞ୍ଜାନିଆର ଜାଞ୍ଜିବରରେ ଆଇଆଇଟି ମାଡ୍ରାସର କ୍ୟାମ୍ପସ ପ୍ରତିଷ୍ଠା କରିବା ପାଇଁ ଏମଓୟୁ ସ୍ୱାକ୍ଷରିତ ହୋଇଥିଲା ।

RoM



(Release ID: 1939826) Visitor Counter : 100


Read this release in: English , Urdu , Hindi , Marathi