ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ସିଓପି ୨୮ ର ମନୋନୀତ ଅଧ୍ୟକ୍ଷ ଡକ୍ଟର ସୁଲତାନ ଅଲ ଜାବେରଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

ପୋଷ୍ଟ କରାଯିବା ଦିନାଙ୍କ: 15 JUL 2023 5:16PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୫ ଜୁଲାଇ ୨୦୨୩ ରେ ଆବୁଧାବି ଠାରେ ସିଓପି୨୮ ର ମନୋନୀତ ଅଧ୍ୟକ୍ଷ ତଥା ଆବୁଧାବି ଜାତୀୟ ତୈଳ କମ୍ପାନୀର ଗ୍ରୁପ୍ ସିଇଓ ଡକ୍ଟର ସୁଲତାନ୍ ଅଲ ଜାବେରଙ୍କୁ ଭେଟିଥିଲେ ।

ୟୁଏଇର ଅଧ୍ୟକ୍ଷତାରେ ୟୁଏନ୍‍ଏଫ୍‍ସିସିସି ର ଆଗାମୀ ସିଓପି-୨୮ ଉପରେ ଆଲୋଚନା ହୋଇଥିଲା । ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ୟୁଏଇର ଆଭିମୁଖ୍ୟ ସମ୍ପର୍କରେ ଡକ୍ଟର ଜାବର ପ୍ରଧାନମନ୍ତ୍ରୀଙ୍କୁ ବିସ୍ତୃତ ସୂଚନା ଦେଇଥିଲେ । ପ୍ରଧାନମନ୍ତ୍ରୀ ସିଓପି-୨୮ ଅଧ୍ୟକ୍ଷତା ପାଇଁ ୟୁଏଇକୁ ଭାରତର ସମ୍ପୂର୍ଣ୍ଣ ସମର୍ଥନ ଜଣାଇଛନ୍ତି । ଆନ୍ତର୍ଜାତୀୟ ସୌର ସଂଗଠନ, ବିପର୍ଯ୍ୟୟ ମୁକାବିଲା ଭିତ୍ତିଭୂମି ପାଇଁ ମିଳିତ ମଞ୍ଚ, ଆନ୍ତର୍ଜାତୀୟ ମିଲେଟ ବର୍ଷ ଏବଂ ପରିବେଶ ପାଇଁ ଜୀବନଶୈଳୀ (ମିଶନ ଲାଇଫ୍‍) ସମେତ ଜଳବାୟୁ ପରିବର୍ତ୍ତନ ଜନିତ ସମସ୍ୟାର ସମାଧାନ କରିବା ପାଇଁ ଭାରତର ପ୍ରୟାସ ଏବଂ ପଦକ୍ଷେପ ଉପରେ ପ୍ରଧାନମନ୍ତ୍ରୀ ମଧ୍ୟ ଆଲୋକପାତ କରିଛନ୍ତି ।

ଏହି ଆଲୋଚନାରେ ଭାରତ ଏବଂ ୟୁଏଇ ମଧ୍ୟରେ ଶକ୍ତି ସହଯୋଗ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା ।

HS


(ରିଲିଜ ଆଡି: 1939827) ପରିଦର୍ଶକ କାଉଣ୍ଟର : 165