ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାନ ଚାଣ୍ଡିଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ

प्रविष्टि तिथि: 18 JUL 2023 10:09AM by PIB Bhubaneshwar

କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାନ ଚାଣ୍ଡିଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକବ୍ୟକ୍ତ କରିଛନ୍ତି

ନିଜ ନିଜ ରାଜ୍ୟରେ ମୁଖ୍ୟମନ୍ତ୍ରୀ ଥିବାବେଳେ ଉଭୟଙ୍କ ମଧ୍ୟରେ ଥିବା ସମ୍ପର୍କକୁ ପ୍ରଧାନମନ୍ତ୍ରୀ ସ୍ମରଣ କରିଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

ଶ୍ରୀ ଓମାନ ଚାଣ୍ଡିଙ୍କ ଦେହାନ୍ତରେ ଆମେ ଜଣେ ନମ୍ର ତଥା ଉତ୍ସର୍ଗୀକୃତ ନେତାଙ୍କୁ ହରାଇଛୁ, ଯେ କି ନିଜ ଜୀବନକୁ ଜନସେବାରେ ଉତ୍ସର୍ଗ କରିଥିଲେ ଏବଂ କେରଳର ବିକାଶ ଦିଗରେ କାର୍ଯ୍ୟ କରିଥିଲେ ତାଙ୍କ ସହ ହୋଇଥିବା ବିଭିନ୍ନ କଥାବାର୍ତ୍ତା ମନେ ଅଛି, ବିଶେଷକରି ଯେତେବେଳେ ଆମେ ଦୁହେଁ ନିଜ ନିଜ ରାଜ୍ୟରେ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲୁ ଏବଂ ପରେ ମୁଁ ଯେତେବେଳେ ଦିଲ୍ଲୀକୁ ଗଲି ଏହି ଦୁଃଖଦ ସମୟରେ ତାଙ୍କ ପରିବାର ଏବଂ ସମର୍ଥକଙ୍କୁ ମୋର ସମବେଦନା ତାଙ୍କ ଆତ୍ମାକୁ ଶାନ୍ତି ମିଳୁ 

SR


(रिलीज़ आईडी: 1940450) आगंतुक पटल : 153
इस विज्ञप्ति को इन भाषाओं में पढ़ें: Assamese , Malayalam , English , Urdu , Marathi , हिन्दी , Manipuri , Bengali , Punjabi , Gujarati , Tamil , Telugu , Kannada