ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଉତ୍ତରାଖଣ୍ଡର ଚାମୋଲିରେ ବିଦ୍ୟୁତ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
प्रविष्टि तिथि:
19 JUL 2023 4:41PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡର ଚାମୋଲିରେ ଏକ ବିଦ୍ୟୁତ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ଏବଂ ସୂଚନା ଦେଇଛନ୍ତି ଯେ ରାଜ୍ୟ ସରକାରଙ୍କ ଅଧୀନରେ ଥିବା ସ୍ଥାନୀୟ ପ୍ରଶାସନ ପୀଡିତମାନଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେଉଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ କହିଛି;
“ଅତ୍ୟଧିକ ଯନ୍ତ୍ରଣାଦାୟକ! ଉତ୍ତରାଖଣ୍ଡର ଚାମୋଲିରେ ଘଟିଥିବା ଦୁର୍ଘଟଣାରେ ଗଭୀର ଦୁଃଖିତ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଇବା ସହିତ ସମସ୍ତ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି । ରାଜ୍ୟ ସରକାରଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ପ୍ରଶାସନ ପୀଡ଼ିତଙ୍କୁ ସମସ୍ତ ସମ୍ଭାବ୍ୟ ସାହାଯ୍ୟରେ ନିୟୋଜିତ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ”
HS
(रिलीज़ आईडी: 1940837)
आगंतुक पटल : 186
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam