ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଜୁଲାଇ ୨୨ତାରିଖରେ ରୋଜଗାର ମେଳାରେ ସରକାରୀ ବିଭାଗ ଏବଂ ସଂସ୍ଥାରେ ନବ ନିଯୁକ୍ତଙ୍କୁ ୭୦,୦୦୦ ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ


ରୋଜଗାର ସୃଷ୍ଟିକୁ ସର୍ବାଧିକ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ପୂରଣ ଦିଗରେ ରୋଜଗାର ମେଳା ଏକ ପଦକ୍ଷେପ

ଅନଲାଇନ୍ ମଡ୍ୟୁଲ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ନବନିଯୁକ୍ତ କର୍ମଚାରୀମାନେ ନିଜେ ତାଲିମ ନେଇପାରିବେ

Posted On: 21 JUL 2023 11:49AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ୨୨ ଜୁଲାଇ, ୨୦୨୩ ପୂର୍ବାହ୍ନ ୧୦.୩୦ ରେ ନବ ନିଯୁକ୍ତ ମାନଙ୍କୁ ୭୦,୦୦୦ ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ଏହି ନବନିଯୁକ୍ତଙ୍କୁ ସମ୍ବୋଧିତ କରିବେ

ଦେଶର ୪୪ ଟି ସ୍ଥାନରେ ରୋଜଗାର ମେଳା ଅନୁଷ୍ଠିତ ହେବ ଏହି ନିଯୁକ୍ତି କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାର / କେନ୍ଦ୍ରଶାସିତ ଅଞ୍ଚଳ ଗୁଡ଼ିକରେ ଦିଆଯାଉଛି ଦେଶର ବିଭିନ୍ନ ସ୍ଥାନରୁ ମନୋନୀତ ହୋଇଥିବା ଏହି ନୂତନ ନିଯୁକ୍ତିରେ ରାଜସ୍ୱ ବିଭାଗ, ଆର୍ଥିକ ସେବା ବିଭାଗ, ଡାକ ବିଭାଗ, ବିଦ୍ୟାଳୟ ଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ, କେନ୍ଦ୍ରୀୟ ରାଷ୍ଟ୍ରାୟତ ଉଦ୍ୟୋଗ, ଜଳ ସମ୍ପଦ ବିଭାଗ, କାର୍ମିକ ଏବଂ ତାଲିମ ଏବଂ ଗୃହ ମନ୍ତ୍ରଣାଳୟ ସମେତ ବିଭିନ୍ନ ସରକାରୀ ମନ୍ତ୍ରଣାଳୟ / ବିଭାଗରେ ଯୋଗଦେବେ

ରୋଜଗାର ସୃଷ୍ଟି ଉପରେ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ପୂରଣ ଦିଗରେ ରୋଜଗାର୍ ମେଳା ଏକ ପଦକ୍ଷେପ ରୋଜଗାର ମେଳା ଆଗାମୀ ନିଯୁକ୍ତି କ୍ଷେତ୍ରରେ ଏକ ସୁଯୋଗ ସୃଷ୍ଟିକାରୀ ଭାବରେ କାର୍ଯ୍ୟ କରିବ ଏବଂ ଯୁବକମାନଙ୍କୁ ସେମାନଙ୍କର ସଶକ୍ତିକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି

ନୂତନ ଭାବେ ନିଯୁକ୍ତ ବ୍ୟକ୍ତିମାନେ ମଧ୍ୟ ଆଇଜିଓଟି କର୍ମଯୋଗୀ ପୋର୍ଟାଲରେ ଥିବା ଏକ ଅନଲାଇନ୍ ମଡ୍ୟୁଲ୍ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ନିଜକୁ ତାଲିମ ଦେବାର ସୁଯୋଗ ପାଇଛନ୍ତି, ଯେକୌଣସି ସ୍ଥାନରେ ଶିକ୍ଷଣ ଫର୍ମାଟ୍ ପାଇଁ ୫୮୦ ରୁ ଅଧିକ -ଲର୍ନିଂ ପାଠ୍ୟକ୍ରମ ଉପଲବ୍ଧ କରାଯାଇଛି

HS



(Release ID: 1941413) Visitor Counter : 132