ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ତାମିଲନାଡ଼ୁର କୃଷ୍ଣଗିରି ବାଣ ଫ୍ୟାକ୍ଟ୍ରି ଦୁର୍ଘଟଣାରେ ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ
ପୀଡ଼ିତଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ଘୋଷଣା
Posted On:
30 JUL 2023 9:49AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାମିଲନାଡ଼ୁର କୃଷ୍ଣଗିରିରେ ଏକ ବାଣ ଫ୍ୟାକ୍ଟ୍ରିରେ ଘଟିଥିବା ଦୁର୍ଘଟଣାରେ ମୃତକଙ୍କ ପାଇଁ ଶୋକବ୍ୟକ୍ତ କରିଛନ୍ତି । ସେ ମୃତକଙ୍କ ପରିବାରକୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ କରାଯାଇଛି:
‘ତାମିଲନାଡ଼ୁର କୃଷ୍ଣଗିରିରେ ଏକ ବାଣ ଫ୍ୟାକ୍ଟ୍ରିରେ ଘଟିଥିବା ଦୁର୍ଘଟଣାରେ ବହୁତ ମୂଲ୍ୟବାନ ଜୀବନ ଯାଇଥିବାରୁ ମର୍ମାହତ । ଏପରି ଅତ୍ୟନ୍ତ କଠିନ ସମୟରେ ପୀଡ଼ିତଙ୍କ ପରିବାର ସହ ମୋର ସମବେଦନା ଏବଂ ପ୍ରାର୍ଥନା ରହିଛି । ଆହତମାନେ ଖୁବଶୀଘ୍ର ଠିକ୍ ହୋଇଯାଆନ୍ତୁ । ପିଏମଏନଆରଏଫରୁ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ’
SR
(Release ID: 1944073)
Read this release in:
English
,
Urdu
,
Marathi
,
Hindi
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam