ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଅହମ୍ମଦାବାଦର ବାଭଲା-ବାଗୋଦରା ରାଜପଥରେ ସଡ଼କ ଦୁର୍ଘଟଣାରେ ଜୀବନହାନି ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ

ପୋଷ୍ଟ କରାଯିବା ଦିନାଙ୍କ: 11 AUG 2023 3:34PM by PIB Bhubaneswar

ଗୁଜରାଟ ଅହମ୍ମଦାବାଦର ବାଭଲା-ବାଗୋଦରା ରାଜପଥରେ ସଡ଼କ ଦୁର୍ଘଟଣାରେ ଜୀବନ ହାନି ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି ।

ପ୍ରଧାନମନ୍ତ୍ରୀ ପିଏମଏନଆରଏଫ ପାଣ୍ଠିରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ରାଶି ଏବଂ ଆହତ ପାଇଁ ୫୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ କରାଯାଇଛି:

‘ଅହମ୍ମଦାବାଦ ଜିଲ୍ଲାର ବାଭଲା-ବାଗୋଦରା ରାଜପଥରେ ସଡ଼କ ଦୁର୍ଘଟଣା ଯୋଗୁ ଗଭୀର ଦୁଃଖିତ । ଶୋକସନ୍ତପ୍ତ ପରିବାରକୁ ସମବେଦନା । ପୀଡ଼ିତଙ୍କୁ ସମସ୍ତ ସହାୟତା ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସବୁ ପ୍ରକାର ସମ୍ଭାବ୍ୟ ବ୍ୟବସ୍ଥା କରାଯାଉଛି ।’

‘ପିଏମଏନଆରଏଫରୁ ପ୍ରତି ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ରାଶି ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

SR


(ରିଲିଜ ଆଡି: 1947820) ପରିଦର୍ଶକ କାଉଣ୍ଟର : 149