ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ


ଭାରତର ଚନ୍ଦ୍ରଯାନ-୩ ମିଶନର ସଫଳତା ପାଇଁ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି

ଶୁଭେଚ୍ଛା ପାଇଁ ପ୍ରଧାନମନ୍ତ୍ରୀ ତାଙ୍କୁ ଧନ୍ୟବାଦ ଦେଇଛନ୍ତି

ପୋଷ୍ଟ କରାଯିବା ଦିନାଙ୍କ: 24 AUG 2023 10:00PM by PIB Bhubaneswar

ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରଯାନ-୩ର ସଫଳ ଅବତରଣ ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟକୁ ଫୋନ କରି ଅଭିନନ୍ଦନ ଜଣାଇଛନ୍ତି ।

ଏପରି ବିଚାରଶୀଳ ଅଭିନନ୍ଦନ ବାର୍ତ୍ତା ପାଇଁ ପ୍ରଧାନମନ୍ତ୍ରୀ ଭାରତବାସୀଙ୍କ ତରଫରୁ ତାଙ୍କୁ ଧନ୍ୟବାଦ ଦେଇଛନ୍ତି ଏବଂ ଚନ୍ଦ୍ରଯାନର ସଫଳତା ସମଗ୍ର ମାନବିକତା ବିଶେଷକରି ଗ୍ଲୋବାଲ ସାଉଥ ଦେଶଗୁଡ଼ିକର ବୋଲି କହିଛନ୍ତି ।

ଦୁଇ ନେତା ପରସ୍ପର ସହ ଯୋଗାଯୋଗରେ ରହିବେ ବୋଲି ରାଜି ହୋଇଛନ୍ତି ।

SR


(ରିଲିଜ ଆଡି: 1951889) ପରିଦର୍ଶକ କାଉଣ୍ଟର : 136