ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ସେପ୍ଟେମ୍ବର ୦୬-୦୭, ୨୦୨୩ ରେ ଇଣ୍ଡୋନେସିଆର ଜାକର୍ତ୍ତା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
Posted On:
02 SEP 2023 6:15PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇଣ୍ଡୋନେସିଆର ରାଷ୍ଟ୍ରପତି ମହାମହିମ ଶ୍ରୀ ଜୋକୋ ୱିଡୋଡୋଙ୍କ ନିମନ୍ତ୍ରଣକ୍ରମେ ସେପ୍ଟେମ୍ବର ୦୬-୦୭, ୨୦୨୩ରେ ଇଣ୍ଡୋନେସିଆର ଜାକର୍ତ୍ତା ଗସ୍ତ କରିବେ ।
ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ଆସିଆନର ବର୍ତ୍ତମାନର ଅଧ୍ୟକ୍ଷ ଭାବରେ ଇଣ୍ଡୋନେସିଆ ଦ୍ୱାରା ଆୟୋଜନ କରାଯାଉଥିବା ୨୦ତମ ଆସିଆନ-ଭାରତ ଶିଖର ସମ୍ମିଳନୀ ଏବଂ ୧୮ତମ ପୂର୍ବ ଏସିଆ ଶିଖର ସମ୍ମିଳନୀରେ ଯୋଗ ଦେବେ ।
୨୦୨୨ରେ ଭାରତ-ଆସିଆନ୍ ସମ୍ପର୍କକୁ ଏକ ବ୍ୟାପକ ରଣନୈତିକ ଭାଗିଦାରୀରେ ପରିଣତ କରାଯିବା ପରେ ଆଗାମୀ ଆସିଆନ୍-ଭାରତ ଶିଖର ସମ୍ମିଳନୀ ହେଉଛି ପ୍ରଥମ ଶିଖର ସମ୍ମିଳନୀ। ଏହି ଶିଖର ସମ୍ମିଳନୀରେ ଭାରତ-ଆସିଆନ୍ ସମ୍ପର୍କର ଅଗ୍ରଗତି ର ସମୀକ୍ଷା କରାଯିବା ସହ ସହଯୋଗର ଭବିଷ୍ୟତ ଦିଗ ନିର୍ଦ୍ଧାରଣ କରାଯିବ।
ପୂର୍ବ ଏସିଆ ଶିଖର ସମ୍ମିଳନୀ ଆସିଆନ ରାଷ୍ଟ୍ର ଏବଂ ଭାରତ ସମେତ ଏହାର ଆଠଟି ଆଲୋଚନା ସହଯୋଗୀମାନଙ୍କୁ ଆଞ୍ଚଳିକ ଏବଂ ବୈଶ୍ୱିକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ମତ ବିନିମୟ କରିବାର ସୁଯୋଗ ପ୍ରଦାନ କରିବ ।
HS
(Release ID: 1954443)
Visitor Counter : 129
Read this release in:
Manipuri
,
Telugu
,
English
,
Urdu
,
Marathi
,
Hindi
,
Assamese
,
Bengali
,
Punjabi
,
Gujarati
,
Tamil
,
Kannada
,
Malayalam