ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ରାଜସ୍ଥାନର ଭରତପୁରରେ ସଡ଼କ ଦୁର୍ଘଟଣାରେ ଜୀବନହାନି ଯୋଗୁ ପ୍ରଧାନମନ୍ତ୍ରୀଙ୍କ ଶୋକ
Posted On:
13 SEP 2023 1:31PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜସ୍ଥାନର ଭରତପୁରରେ ସଡ଼କ ଦୁର୍ଘଟଣାରେ ଜୀବନହାନି ଯୋଗୁ ଶୋକ ବ୍ୟକ୍ତ କରିଛନ୍ତି । ପ୍ରଧାନମନ୍ତ୍ରୀ ପିଏମଏନଆରଏଫରୁ ପ୍ରତି ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ରାଶି ଏବଂ ଆହତଙ୍କ ଚିକିତ୍ସା ଲାଗି ୫୦ ହଜାର ଟଙ୍କା ସହାୟତା ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ କରାଯାଇଛି:
‘ରାଜସ୍ଥାନର ଭରତପୁରରେ ଘଟିଥିବା ସଡ଼କ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦ । ଏଥିରେ ଗୁଜରାଟରୁ ଧାର୍ମିକ ଯାତ୍ରାରେ ଯାଇଥିବା ଯେଉଁ ଶ୍ରଦ୍ଧାଳୁଙ୍କୁ ନିଜ ଜୀବନ ହରାଇବାକୁ ପଡ଼ିଛି ସେମାନଙ୍କ ପରିବାର ପ୍ରତି ମୋର ଗଭୀର ସମବେଦନା । ଏଥିସହ ଆହତଙ୍କ ସୁସ୍ଥତା କାମନା କରୁଛି’ ।
‘ପ୍ରଧାନମନ୍ତ୍ରୀ ପିଏମଏନଆରଏଫରୁ ଭରତପୁର ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତି ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ରାଶି ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ।’
SR
(Release ID: 1957180)
Read this release in:
Urdu
,
English
,
Hindi
,
Marathi
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam