ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ରୋଜଗାର ମେଳା ଅଧୀନରେ ସେପ୍ଟେମ୍ବର ୨୬ ତାରିଖରେ ସରକାରୀ ବିଭାଗ ଏବଂ ସଂସ୍ଥାରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନଙ୍କୁ ପାଖାପାଖି ୫୧,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ


ରୋଜଗାର ମେଳା ହେଉଛି ନିଯୁକ୍ତି ସୃଷ୍ଟିକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି ପୂରଣ ଦିଗରେ ଏକ ପଦକ୍ଷେପ

ଅନଲାଇନ ମଡ୍ୟୁଲ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ନବନିଯୁକ୍ତମାନେ ନିଜକୁ ପ୍ରଶିକ୍ଷଣ ଦେବେ

Posted On: 25 SEP 2023 2:55PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୬ ସେପ୍ଟେମ୍ବର, ୨୦୨୩ ପୂର୍ବାହ୍ନ ସାଢେ ୧୦ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନଙ୍କୁ ପାଖାପାଖି ୫୧,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନବନିଯୁକ୍ତ ମାନଙ୍କୁ ସମ୍ବୋଧିତ କରିବେ।

ରୋଜଗାର ମେଳା ସାରା ଦେଶରେ ୪୬ଟି ସ୍ଥାନରେ ଅନୁଷ୍ଠିତ ହେବ । ଏହି ପଦକ୍ଷେପ ଜରିଆରେ କେନ୍ଦ୍ର ସରକାରଙ୍କ ବିଭାଗ ତଥା ରାଜ୍ୟ ସରକାର/କେନ୍ଦ୍ରଶାସିତ ଅଞ୍ଚଳରେ ନିଯୁକ୍ତି ଦିଆଯାଉଛି। ଦେଶବ୍ୟାପୀ ଚୟନ ହୋଇଥିବା ନବନିଯୁକ୍ତ କର୍ମଚାରୀମାନେ ଡାକ ବିଭାଗ, ଭାରତୀୟ ଅଡିଟ୍ ଏବଂ ଆକାଉଣ୍ଟସ୍‍ ବିଭାଗ, ଆଣବିକ ଶକ୍ତି ବିଭାଗ, ରାଜସ୍ୱ ବିଭାଗ, ଉଚ୍ଚଶିକ୍ଷା ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସମେତ ବିଭିନ୍ନ ମନ୍ତ୍ରଣାଳୟ/ବିଭାଗରେ ସରକାରଙ୍କ ସହ ଯୋଗ ଦେବେ।

ରୋଜଗାର ମେଳା ହେଉଛି ନିଯୁକ୍ତି ସୃଷ୍ଟିକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି ପୂରଣ ଦିଗରେ ଏକ ପଦକ୍ଷେପ । ରୋଜଗାର ମେଳା ଅଧିକ ନିଯୁକ୍ତି ସୃଷ୍ଟିରେ ଏକ ଉତପ୍ରେରକ ଭାବରେ କାର୍ଯ୍ୟ କରିବ ଏବଂ ଯୁବକମାନଙ୍କୁ ସେମାନଙ୍କ ସଶକ୍ତୀକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି ।

ଆଇଜିଓଟି କର୍ମଯୋଗୀ ପୋର୍ଟାଲର ଅନଲାଇନ୍ ମଡ୍ୟୁଲ୍ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନେ ନିଜକୁ ପ୍ରଶିକ୍ଷଣ ଦେବାର ସୁଯୋଗ ପାଉଛନ୍ତି, ଯେଉଁଠାରେ 'ଯେକୌଣସି ଡିଭାଇସ୍' ଶିକ୍ଷଣ ଫର୍ମାଟ ପାଇଁ ୬୮୦ରୁ ଅଧିକ ଇ-ଲର୍ଣ୍ଣିଂ ପାଠ୍ୟକ୍ରମ ଉପଲବ୍ଧ କରାଯାଇଛି।

HS



(Release ID: 1960525) Visitor Counter : 103