ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀ ସ୍ୱଚ୍ଛ ଭାରତ ମିଶନ (ଗ୍ରାମୀଣ) ଦ୍ୱିତୀୟ ପର୍ଯ୍ୟାୟ ଅଧୀନରେ ଉତର ପ୍ରଦେଶର ସମସ୍ତ ଗ୍ରାମକୁ ଓଡିଏଫ ପ୍ଲସ ଶ୍ରେଣୀ ହାସଲ କରିଥିବାରୁ ପ୍ରଶଂସା କଲେ
Posted On:
29 SEP 2023 10:11AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱଚ୍ଛ ଭାରତ ମିଶନ (ଗ୍ରାମୀଣ) ଦ୍ୱିତୀୟ ପର୍ଯ୍ୟାୟ ଅଧୀନରେ ଉତର ପ୍ରଦେଶର ଶହେ ପ୍ରତିଶତ ଗ୍ରାମ ଦ୍ୱାରା ଓଡିଏଫ (ଖୋଲାରେ ଶୌଚମୁକ୍ତ) ପ୍ଲସ ସ୍ଥିତି ହାସଲ କରିଥିବାରୁ ପ୍ରଶଂସା କରିଛନ୍ତି ।
ଉତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥଙ୍କ ‘ଏକ୍ସ’ରେ ହୋଇଥିବା ଏକ ପୋଷ୍ଟ ଉପରେ ପ୍ରତିକ୍ରିୟା ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଛନ୍ତି;
‘‘ବହୁତ ବହୁତ ଶୁଭେଚ୍ଛା! ବାପୁଙ୍କ ଜୟନ୍ତୀର ଠିକ ପୂର୍ବରୁ ଉତର ପ୍ରଦେଶର ଏହି ଅଭୂତପୂର୍ବ ଉପଲବ୍ଧି ସମଗ୍ର ଦେଶକୁ ପ୍ରେରଣା ଦେବ । ସ୍ୱଚ୍ଛତା କ୍ଷେତ୍ରରେ ଆମର ନିରନ୍ତର ପ୍ରୟାସ ନାରୀ ଶକ୍ତିର ସମ୍ମାନ ସହିତ ଆମର ସମସ୍ତ ପରିବାରଜନଙ୍କ ସ୍ୱାସ୍ଥ୍ୟ ନିମନ୍ତେ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ ।’’
SR
(Release ID: 1962275)
Visitor Counter : 111
Read this release in:
English
,
Urdu
,
Marathi
,
Hindi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam