ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କ 'ମନ୍ କି ବାତ୍' ୯ ବର୍ଷ ପୂରଣ କରିଛି
प्रविष्टि तिथि:
03 OCT 2023 3:30PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ମାସିକ ରେଡିଓ କାର୍ଯ୍ୟକ୍ରମକୁ ଆଜି ୯ ବର୍ଷ ପୂର୍ତ୍ତି ଅବସରରେ ମନ୍ କି ବାତ୍ ରେ ଅନ୍ତର୍ଭୁକ୍ତ କେତେକ ବିଷୟବସ୍ତୁ ଏବଂ ତାହାର ସାମାଜିକ ପ୍ରଭାବ ଉପରେ ଆଲୋକପାତ କରି ଏକ ଅଧ୍ୟୟନ ସେୟାର କରିଛନ୍ତି ।
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏବଂ ଆଇଆଇଏମ୍ ବେଙ୍ଗାଲୁରୁ ର ଏକ ଗବେଷଣାରେ ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ ର ୧୦୫ଟି ଏପିସୋଡର ପ୍ରଭାବକୁ ବିଶ୍ଳେଷଣ କରାଯାଇଛି।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:
‘‘ଆଜି 'ମନ୍ କି ବାତ୍'କୁ ୯ ବର୍ଷ ପୂରିବା ଅବସରରେ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏବଂ ବେଙ୍ଗାଲୁରୁସ୍ଥିତ ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ମ୍ୟାନେଜମେଣ୍ଟ ପକ୍ଷରୁ ଏକ ଅଧ୍ୟୟନ କରାଯାଇଛି, ଯେଉଁଥିରେ ଅନ୍ତର୍ଭୁକ୍ତ କେତେକ ବିଷୟବସ୍ତୁ ଏବଂ ଏହାର ସାମାଜିକ ପ୍ରଭାବ ଉପରେ ଆଲୋକପାତ କରାଯାଇଛି। ଏହା ଆଶ୍ଚର୍ଯ୍ୟଜନକ ଯେ ଆମେ କିପରି ଏହି ମାଧ୍ୟମରେ ଅନେକ ଜୀବନ ଯାତ୍ରା ଏବଂ ସାମୂହିକ ପ୍ରୟାସ ପାଳନ କରିଛୁ ।‘‘
HS
(रिलीज़ आईडी: 1963807)
आगंतुक पटल : 196
इस विज्ञप्ति को इन भाषाओं में पढ़ें:
Bengali
,
Assamese
,
Kannada
,
English
,
Urdu
,
Marathi
,
हिन्दी
,
Manipuri
,
Punjabi
,
Gujarati
,
Tamil
,
Telugu
,
Malayalam