ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଛତ୍ରପତି ସମ୍ଭାଜୀନଗରରେ ଦୁର୍ଘଟଣାରେ ଜୀବନହାନି ଯୋଗୁ ପ୍ରଧାନମନ୍ତ୍ରୀଙ୍କ ଶୋକ


ପିଏମଏନଆରଏଫରୁ ସହାୟତା ରାଶି ଘୋଷଣା କଲେ

प्रविष्टि तिथि: 15 OCT 2023 9:31AM by PIB Bhubaneshwar

ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗର ଜିଲ୍ଲାରେ ଘଟିଥିବା ଦୁର୍ଘଟଣାରେ ଲୋକଙ୍କ ଜୀବନହାନି ଯୋଗୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି ଦୁର୍ଘଟଣାରେ ଆହତ ହୋଇଥିôବା ଲୋକେ ଶୀଘ୍ର ସୁସ୍ଥ ହେବାକୁ ପ୍ରଧାନମନ୍ତ୍ରୀ କାମନା କରିଛନ୍ତି

 

ପିଏମଏନଆରଏଫରୁ ପ୍ରଧାନମନ୍ତ୍ରୀ ମୃତକଙ୍କ ପରିବାରକୁ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ରାଶି ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ସହାୟତା ଘୋଷଣା କରିଛନ୍ତି

 

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:

 

‘ଛତ୍ରପତି ସମ୍ଭାଜୀନଗର ଜିଲ୍ଲାରେ ଦୁର୍ଘଟଣାରେ ଲୋକଙ୍କ ଜୀବନହାନି ଯୋଗୁ ଦୁଃଖିତ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରକୁ ମୋର ସମବେଦନା ଆହତ ଶୀଘ୍ର ସୁସ୍ଥ ହେବାକୁ କାମନା କରୁଛି ପିଏମଏନଆରଏଫରୁ ପ୍ରତ୍ୟେକ ମୃତକଙ୍କ ପରିବାରକୁ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ରାଶି ଏବଂ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ’

 

SR


(रिलीज़ आईडी: 1967978) आगंतुक पटल : 130
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam