ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଛତ୍ରପତି ସମ୍ଭାଜୀନଗରରେ ଦୁର୍ଘଟଣାରେ ଜୀବନହାନି ଯୋଗୁ ପ୍ରଧାନମନ୍ତ୍ରୀଙ୍କ ଶୋକ


ପିଏମଏନଆରଏଫରୁ ସହାୟତା ରାଶି ଘୋଷଣା କଲେ

ପୋଷ୍ଟ କରାଯିବା ଦିନାଙ୍କ: 15 OCT 2023 9:31AM by PIB Bhubaneswar

ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗର ଜିଲ୍ଲାରେ ଘଟିଥିବା ଦୁର୍ଘଟଣାରେ ଲୋକଙ୍କ ଜୀବନହାନି ଯୋଗୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି । ଦୁର୍ଘଟଣାରେ ଆହତ ହୋଇଥିôବା ଲୋକେ ଶୀଘ୍ର ସୁସ୍ଥ ହେବାକୁ ପ୍ରଧାନମନ୍ତ୍ରୀ କାମନା କରିଛନ୍ତି ।

 

ପିଏମଏନଆରଏଫରୁ ପ୍ରଧାନମନ୍ତ୍ରୀ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ରାଶି ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ସହାୟତା ଘୋଷଣା କରିଛନ୍ତି ।

 

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:

 

‘ଛତ୍ରପତି ସମ୍ଭାଜୀନଗର ଜିଲ୍ଲାରେ ଦୁର୍ଘଟଣାରେ ଲୋକଙ୍କ ଜୀବନହାନି ଯୋଗୁ ଦୁଃଖିତ । ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରକୁ ମୋର ସମବେଦନା । ଆହତ ଶୀଘ୍ର ସୁସ୍ଥ ହେବାକୁ କାମନା କରୁଛି । ପିଏମଏନଆରଏଫରୁ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ରାଶି ଏବଂ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ’

 

SR


(ରିଲିଜ ଆଡି: 1967978) ପରିଦର୍ଶକ କାଉଣ୍ଟର : 153