ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

୧୯ ଅକ୍ଟୋବରରେ ମହାରାଷ୍ଟ୍ରରେ ୫୧୧ଟି ପ୍ରମୋଦ ମହାଜନ ଗ୍ରାମୀଣ କୌଶଲ୍ୟ ବିକାଶ କେନ୍ଦ୍ରର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 18 OCT 2023 11:04AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ୧୯ ଅକ୍ଟୋବର, ୨୦୨୩ରେ ମହାରାଷ୍ଟ୍ରରେ ୫୧୧ଟି ପ୍ରମୋଦ ମହାଜନ ଗ୍ରାମୀଣ କୌଶଲ୍ୟ ବିକାଶ କେନ୍ଦ୍ର ଶୁଭାରମ୍ଭ କରିବେ। ମହାରାଷ୍ଟ୍ରର ୩୪ଟି ଗ୍ରାମୀଣ ଜିଲ୍ଲାରେ ଏହି କେନ୍ଦ୍ରଗୁଡିକ ପ୍ରତିଷ୍ଠା କରାଯାଉଛି।

ଗ୍ରାମୀଣ ଯୁବକମାନଙ୍କୁ ରୋଜଗାରର ସୁଯୋଗ ଯୋଗାଇବା ପାଇଁ ଗ୍ରାମୀଣ କୌଶଲ୍ୟ ବିକାଶ କେନ୍ଦ୍ର ବିଭିନ୍ନ କ୍ଷେତ୍ରରେ ଦକ୍ଷତା ବିକାଶ ତାଲିମ କାର୍ଯ୍ୟକ୍ରମ ପରିଚାଳନା କରିବେ। ପ୍ରତ୍ୟେକ କେନ୍ଦ୍ର ଅତିକମରେ ଦୁଇଟି ଧନ୍ଦାମୂଳକ ପାଠ୍ୟକ୍ରମରେ ପ୍ରାୟ ୧୦୦ ଯୁବକ, ଯୁବତୀଙ୍କୁ ତାଲିମ ଦେବ। ଜାତୀୟ ଦକ୍ଷତା ବିକାଶ ପରିଷଦ ଅଧୀନରେ ଥିବା ଶିଳ୍ପ ଭାଗିଦାରୀ ଏବଂ ଏଜେନ୍ସି ଦ୍ୱାରା ଏହି ତାଲିମ ପ୍ରଦାନ କରାଯାଉଛି। ଏହି କେନ୍ଦ୍ରର ପ୍ରତିଷ୍ଠା ଦ୍ୱାରା ସ୍ଥାନୀୟ ଅଞ୍ଚଳରେ ଅଧିକ ଦକ୍ଷ ଏବଂ କୁଶଳୀ ମାନବ ସମ୍ବଳ ସୃଷ୍ଟି କରାଯାଇପାରିବ

BS


(ରିଲିଜ ଆଡି: 1968720) ପରିଦର୍ଶକ କାଉଣ୍ଟର : 149