କ୍ୟାବିନେଟ

ରବି ଋତୁ, ୨୦୨୩-୨୪ (୦୧.୧୦.୨୦୨୩ରୁ ୩୧.୦୩.୨୦୨୪ ପର୍ଯ୍ୟନ୍ତ) ପାଇଁ ଫସଫେଟ ଏବଂ ପଟାସ (ପିଆଣ୍ଡକେ) ସାର ଉପରେ ପୋଷକ ତତ୍ତ୍ୱ ଭିତ୍ତିକ ସବସିଡି (ଏନବିଏସ) ହାରକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍‌

Posted On: 25 OCT 2023 3:17PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଫସଫେଟ ଏବଂ ପଟାସ (ପିଆଣ୍ଡକେ) ସାର ଉପରେ ରବି ଋତୁ ୨୦୨୩-୨୪ (୦୧.୧୦.୨୦୨୩ରୁ ୩୧.୦୩.୨୦୨୪) ପାଇଁ ପୋଷକ ତତ୍ତ୍ୱ ଭିତ୍ତିକ ସବସିଡି (ଏନବିଏସ) ହାର ନିର୍ଦ୍ଧାରଣ କରିବା ପାଇଁ ସାର ବିଭାଗର ପ୍ରସ୍ତାବକୁ ଅନୁମୋଦନ ମିଳିଛି ।

ବର୍ଷ

କେଜି ପିଛା ଟଙ୍କା

ରବି, ୨୦୨୩-୨୪

(୦୧.୧୦.୨୦୨୩ରୁ ୩୧.୦୩.୨୦୨୪ ପର୍ଯ୍ୟନ୍ତ)

ଏନ

ପି

କେ

ଏସ

୪୭.୦୨

୨୦.୮୨

୨.୩୮

୧.୮୯

ଆଗାମୀ ୨୦୨୩-୨୪ ରବି ଋତୁରେ ଏନବିଏସ ଉପରେ ୨୨,୩୦୩ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆଶା କରାଯାଉଛି ।

ଚାଷୀଙ୍କୁ ସୁଲଭ ମୂଲ୍ୟରେ ଏହି ସାର ସହଜରେ ଉପଲବ୍ଧ କରାଇବା ପାଇଁ ରବି ଋତୁ ୨୦୨୩-୨୪ (୦୧.୧୦.୨୦୨୩ରୁ ୩୧.୦୩.୨୦୨୪ ପର୍ଯ୍ୟନ୍ତ ଲାଗୁ) ପାଇଁ ଅନୁମୋଦିତ ଦର ଆଧାରରେ ପିଆଣ୍ଡକେ ସାର ଉପରେ ସବସିଡି ପ୍ରଦାନ କରାଯିବ

ଲାଭ

  1. ଚାଷୀଙ୍କୁ ରିହାତି, ସୁଲଭ ଓ ଉଚିତ ମୂଲ୍ୟରେ ସାର ଉପଲବ୍ଧ କରାଇବା ସୁନିଶ୍ଚିତ ହେବ
  2. ସାର ଏବଂ କୃଷି ଉପକରଣର ଅନ୍ତର୍ଜାତୀୟ ମୂଲ୍ୟବୃଦ୍ଧିର ସାମ୍ପ୍ରତିକ ଧାରାକୁ ଦୃଷ୍ଟିରେ ରଖି ପିଆଣ୍ଡକେ ସାର ଉପରେ ସବସିଡିକୁ ଯୁକ୍ତିସଙ୍ଗତ କରାଯିବ ।

********

P.S.

 



(Release ID: 1970895) Visitor Counter : 91