ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟେଲିଫୋନ୍ କରିଛନ୍ତି ବ୍ରାଜିଲ ରାଷ୍ଟ୍ରପତି
ଦୁଇ ନେତା ପଶ୍ଚିମ ଏସିଆର ସ୍ଥିତି ଉପରେ ଆଲୋଚନା କରିଛନ୍ତି
ସେମାନେ ଆତଙ୍କବାଦ, ହିଂସା ଏବଂ ସାଧାରଣ ନାଗରିକଙ୍କ ଜୀବନ ହାନିକୁ ନେଇ ଚିନ୍ତା ପ୍ରକଟ କରିବା ସହ ମିଳିତ ପ୍ରୟାସ ପାଇଁ ଆହ୍ୱାନ ଦେଇଛନ୍ତି
ବ୍ରାଜିଲର ଜି-୨୦ ସଭାପତିତ୍ୱକୁ ଭାରତର ପୂର୍ଣ୍ଣ ସମର୍ଥନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
ସମସ୍ତ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ଆହୁରି ସୁଦୃଢ଼ କରିବା ଉପରେ ଆଲୋଚନା
ପୋଷ୍ଟ କରାଯିବା ଦିନାଙ୍କ:
10 NOV 2023 8:39PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ଆଜି ବ୍ରାଜିଲ ରାଷ୍ଟ୍ରପତି ମହାମହିମ ଲୁଇଜ ଇନାସିଓ ଲୁଲା ଡା ସିଲଭା ଟେଲିଫୋନରେ କଥା ହୋଇଛନ୍ତି।
ଉଭୟ ନେତା ପଶ୍ଚିମ ଏସିଆର ସାମ୍ପ୍ରତିକ ପରିସ୍ଥିତିକୁ ନେଇ ଚିନ୍ତା ପ୍ରକଟ କରିଥିଲେ।
ଉଭୟ ନେତା ଆତଙ୍କବାଦ, ହିଂସା ଏବଂ ସାଧାରଣ ନାଗରିକଙ୍କ ଜୀବନ ହାନି କୁ ନେଇ ଗଭୀର ଉଦ୍ବେଗ ପ୍ରକାଶ କରିବା ସହ ପରିସ୍ଥିତିର ଶୀଘ୍ର ସମାଧାନ ପାଇଁ ମିଳିତ ପ୍ରୟାସ କରିବାକୁ ଆହ୍ୱାନ ଦେଇଛନ୍ତି।
ପ୍ରଧାନମନ୍ତ୍ରୀ ଜି-୨୦ର ବ୍ରାଜିଲ ଅଧ୍ୟକ୍ଷତାର ସଫଳତା ପାଇଁ ଭାରତର ସମ୍ପୂର୍ଣ୍ଣ ସମର୍ଥନ ଜଣାଇଥିଲେ ।
ନୂଆଦିଲ୍ଲୀରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ହୋଇଥିବା ବୈଠକ ପରେ ସମସ୍ତ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ଆହୁରି ସୁଦୃଢ଼ କରିବା ଉପରେ ମଧ୍ୟ ସେମାନେ ଆଲୋଚନା କରିଥିଲେ।
BS
(ରିଲିଜ ଆଡି: 1976295)
ପରିଦର୍ଶକ କାଉଣ୍ଟର : 129
ଏହି ରିଲିଜ ପଢନ୍ତୁ :
Kannada
,
English
,
Urdu
,
Marathi
,
हिन्दी
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Malayalam