ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଡିସେମ୍ବର ୯ରେ ପ୍ରଧାନମନ୍ତ୍ରୀ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀ ମାନଙ୍କ ସହ ଆଲୋଚନା କରିବେ


ଏହି କାର୍ଯ୍ୟକ୍ରମରେ ଦେଶର ବିଭିନ୍ନ ସ୍ଥାନରୁ ହଜାର ହଜାର ବିକଶିତ ଭାରତ ସଂକଳ୍ପ ଯାତ୍ରା ହିତାଧିକାରୀ ଆଭାଷୀ ମାଧ୍ୟମରେ ଯୋଗ ଦେବେ

प्रविष्टि तिथि: 07 DEC 2023 7:58PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୯, ୨୦୨୩ ଦିନ ସାଢେ ୧୨ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରା (ଭିବିଏସୱାଇ)ର ହିତାଧିକାରୀ ମାନଙ୍କ ସହ ଆଲୋଚନା କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।

ଏହି କାର୍ଯ୍ୟକ୍ରମରେ ସାରା ଦେଶରୁ ହଜାର ହଜାର ବିକଶିତ ଭାରତ ସଂକଳ୍ପ ଯାତ୍ରା ହିତାଧିକାରୀ ଭର୍ଚୁଆଲ / ଆଭାଷୀ ମାଧ୍ୟମରେ ଯୋଗ ଦେବେ । ଏହି କାର୍ଯ୍ୟକ୍ରମରେ ଦେଶର ଦୁଇ ହଜାରରୁ ଅଧିକ ଭିବିଏସ୍‌ୱାଇ ଭ୍ୟାନ୍‌, ହଜାର ହଜାର କୃଷି ବିଜ୍ଞାନ କେନ୍ଦ୍ର (କେଭିକେ) ଏବଂ କମନ୍ ସର୍ଭିସ୍ ସେଣ୍ଟର (ସିଏସ୍‌ସି) କୁ ସଂଯୋଗ କରାଯିବ । ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ କେନ୍ଦ୍ର ମନ୍ତ୍ରୀ, ସାଂସଦ, ବିଧାୟକ ଓ ସ୍ଥାନୀୟ ସ୍ତରର ପ୍ରତିନିଧି ଯୋଗ ଦେବେ ।

ଏହି ଯୋଜନା ଗୁଡ଼ିକର ସୁଫଳ ଯେପରି ନିର୍ଦ୍ଧାରିତ ସମୟରେ ସମସ୍ତ ହିତାଧିକାରୀଙ୍କ ପାଖରେ ପହଂଚି ପାରିବ ସେଥିପାଇଁ ସରକାରଙ୍କ ପ୍ରମୁଖ ଯୋଜନା ଗୁଡ଼ିକର ସଂତୃପ୍ତି ହାସଲ କରିବା ଉଦ୍ଦେଶ୍ୟରେ ସମଗ୍ର ଦେଶରେ ବିକଶିତ ଭାରତ ସଂକଳ୍ପ ଯାତ୍ରା କରାଯାଉଛି ।

***

SSP



 

 

 

 

 


(रिलीज़ आईडी: 1983875) आगंतुक पटल : 115
इस विज्ञप्ति को इन भाषाओं में पढ़ें: Assamese , English , Urdu , हिन्दी , Marathi , Bengali-TR , Bengali , Manipuri , Punjabi , Gujarati , Tamil , Telugu , Kannada , Malayalam