ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଡିସେମ୍ବର ୧୬ରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ


୫ଟି ରାଜ୍ୟରେ ବିକଶିତ ଭାରତ ସଂକଳ୍ପ ଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ଦେଶର ବିଭିନ୍ନ ସ୍ଥାନରୁ ହଜାର ହଜାର ବିକଶିତ ଭାରତ ସଂକଳ୍ପ ଯାତ୍ରା ହିତାଧିକାରୀ ଏହି କାର୍ଯ୍ୟକ୍ରମରେ ଯୋଗଦେବେ

प्रविष्टि तिथि: 15 DEC 2023 7:40PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୬ ଡିସେମ୍ବର ୨୦୨୩ ଅପରାହ୍ଣ ୪ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଜନ ସମାବେଶକୁ ସମ୍ବୋଧିତ କରିବେ।

ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ଼, ତେଲଙ୍ଗାନା ଏବଂ ମିଜୋରାମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିବେ ।

ଦେଶର ବିଭିନ୍ନ ସ୍ଥାନରୁ ହଜାର ହଜାର ବିକଶିତ ଭାରତ ସଂକଳ୍ପ ଯାତ୍ରା ହିତାଧିକାରୀ ଏହି କାର୍ଯ୍ୟକ୍ରମରେ ଯୋଗଦେବେ। ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ କେନ୍ଦ୍ରମନ୍ତ୍ରୀ, ସାଂସଦ, ବିଧାୟକ ଓ ସ୍ଥାନୀୟ ସ୍ତରର ପ୍ରତିନିଧି ଯୋଗଦେବେ।

ସରକାରଙ୍କ ପ୍ରମୁଖ ଯୋଜନାଗୁଡ଼ିର ସୁଫଳ ଯେପରି ନିର୍ଦ୍ଧାରିତ ସମୟରେ ସମସ୍ତ ହିତାଧିକାରୀଙ୍କ ପାଖରେ ପହଞ୍ଚିପାରିବ ସେଥିପାଇଁ ଏହି ଯୋଜନାଗୁଡ଼ିକର ସମନ୍ୱୟ ହାସଲ କରିବା ଉଦ୍ଦେଶ୍ୟରେ ସମଗ୍ର ଦେଶରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଆୟୋଜନ କରାଯାଉଛି ।

 

*********

P.S.


(रिलीज़ आईडी: 1986917) आगंतुक पटल : 171
इस विज्ञप्ति को इन भाषाओं में पढ़ें: Kannada , Tamil , Assamese , English , Urdu , Marathi , हिन्दी , Bengali , Manipuri , Punjabi , Gujarati , Gujarati , Telugu , Malayalam