ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଡିସେମ୍ବର ୨୭ ରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ



ଦେଶର ବିଭିନ୍ନ ସ୍ଥାନରୁ ହଜାର ହଜାର ବିକଶିତ ଭାରତ ସଂକଳ୍ପ ଯାତ୍ରା ହିତାଧିକାରୀ ଏହି କାର୍ଯ୍ୟକ୍ରମରେ ଯୋଗଦେବେ

प्रविष्टि तिथि: 26 DEC 2023 3:27PM by PIB Bhubaneshwar

 ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 27 ଡିସେମ୍ବର, 2023 ଦିନ ଅପରାହ୍ନ 12:30 ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିବେ ଏହି ଅବସରରେ ପ୍ରଧାନମନ୍ତ୍ରୀ ସମାବେଶକୁ ସମ୍ବୋଧିତ କରିବେ

ଦେଶବ୍ୟାପୀ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହଜାର ହଜାର ହିତାଧିକାରୀ ଏହି କାର୍ଯ୍ୟକ୍ରମରେ ଯୋଗଦେବେ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ, ସାଂସଦ, ବିଧାୟକ ସ୍ଥାନୀୟ ସ୍ତରର ପ୍ରତିନିଧିମାନେ ଯୋଗଦେବେ

୧୫ ନଭେମ୍ବର, ୨୦୨୩ରେ ଏହାର ଶୁଭାରମ୍ଭ ପରଠାରୁ ପ୍ରଧାନମନ୍ତ୍ରୀ ସମଗ୍ର ଦେଶରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ନିୟମିତ ଭାବରେ ଆଲୋଚନା କରିଛନ୍ତି ଭିଡିଓ କନଫରେନ୍ସିଂ ମାଧ୍ୟମରେ (30 ନଭେମ୍ବର, 9 ଏବଂ ଡିସେମ୍ବର ୧୬) ଏହି ଆଲୋଚନା ହୋଇଛି ଏହାବ୍ୟତୀତ ପ୍ରଧାନମନ୍ତ୍ରୀ ନିକଟରେ ତାଙ୍କର ବାରଣାସୀ ଗସ୍ତ ସମୟରେ କ୍ରମାଗତ ଦୁଇ ଦିନ (ଡିସେମ୍ବର ୧୭-୧୮) ବିକଶିତ ଭାରତ ସଂକଳ୍ପ ଯାତ୍ରା ହିତାଧିକାରୀଙ୍କ ସହ ପ୍ରତ୍ୟକ୍ଷ ଭାବରେ ଆଲୋଚନା କରିଛନ୍ତି

କେନ୍ଦ୍ରୀୟ ଯୋଜନାଗୁଡ଼ିକର ଶତ ପ୍ରତିଶତ ସୁଫଳ ଯେପରି ନିର୍ଦ୍ଧାରିତ ସମୟରେ ସମସ୍ତ ହିତାଧିକାରୀଙ୍କ ପାଖରେ ପହଂଚିପାରିବ ସେହି ଉଦ୍ଦେଶ୍ୟରେ ସମଗ୍ର ଦେଶରେ ବିକଶିତ ଭାରତ ସଂକଳ୍ପ ଯାତ୍ରା କରାଯାଉଛି

 

BS

 


(रिलीज़ आईडी: 1990486) आगंतुक पटल : 126
इस विज्ञप्ति को इन भाषाओं में पढ़ें: Telugu , Assamese , English , Urdu , Marathi , हिन्दी , Manipuri , Bengali , Punjabi , Gujarati , Tamil , Kannada , Malayalam