ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
କେନ୍ଦ୍ରୀୟ ବିଦ୍ୟାଳୟର ହୀରକ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଛାତ୍ରଛାତ୍ରୀ, କର୍ମଚାରୀ, ସହାୟକ କର୍ମଚାରୀ ଏବଂ ପୂର୍ବତନ ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି
ଦେଶର ଭବିଷ୍ୟତ ଗଢ଼ିବାରେ କେନ୍ଦ୍ରୀୟ ବିଦ୍ୟାଳୟଗୁଡ଼ିକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି: ପ୍ରଧାନମନ୍ତ୍ରୀ
प्रविष्टि तिथि:
15 DEC 2023 4:18PM by PIB Bhubaneshwar
: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେନ୍ଦ୍ରୀୟ ବିଦ୍ୟାଳୟର ହୀରକ ଜୟନ୍ତୀ ଅବସରରେ ଏହାର ଛାତ୍ରଛାତ୍ରୀ, କର୍ମଚାରୀ, ସହାୟକ କର୍ମଚାରୀ ଏବଂ ପୂର୍ବତନ ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ବିଟରରେ ପୋଷ୍ଟ କରିଛନ୍ତି:
ହୀରକ ଜୟନ୍ତୀ ଅବସରରେ କେନ୍ଦ୍ରୀୟ ବିଦ୍ୟାଳୟ ପରିବାରର ସମସ୍ତ ଛାତ୍ରଛାତ୍ରୀ, କର୍ମଚାରୀ, ସହାୟକ କର୍ମଚାରୀ ଓ ପୂର୍ବତନ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା। ଏହି ସମ୍ମାନଜନକ ଶିକ୍ଷା ସମୁଦାୟର ଉଲ୍ଲେଖନୀୟ ସଫଳତାକୁ ପାଳନ କରିବା ଏବଂ ପ୍ରଶଂସା କରିବାର ଏହା ଏକ ଅବସର । ବର୍ଷ ବର୍ଷ ଧରି କେନ୍ଦ୍ରୀୟ ବିଦ୍ୟାଳୟ ଅନେକ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରି ଦେଶର ଭବିଷ୍ୟତ ଗଢ଼ିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଶିକ୍ଷାଗତ ଉତ୍କର୍ଷତା ଏବଂ ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶ ରେ ସେମାନଙ୍କ ଅବଦାନ ପ୍ରଶଂସନୀୟ।
BS
(रिलीज़ आईडी: 1991218)
आगंतुक पटल : 95
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Bengali-TR
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam