ପୋଷ୍ଟ କରାଯିବା ଦିନାଙ୍କ:
28 DEC 2023 1:17PM by PIB Bhubaneswar
ମଧ୍ୟପ୍ରଦେଶ ସଡ଼କ ଦୁର୍ଘଟଣାରେ ଜୀବନହାନି ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକବ୍ୟକ୍ତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:
‘ମଧ୍ୟପ୍ରଦେଶର ଗୁନାରେ ହୋଇଥିବା ସଡ଼କ ଦୁର୍ଘଟଣା ହୃଦୟବିଦାରକ । ଏଥିରେ ଯେଉଁମାନେ ନିଜ ପରିଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ଗଭୀର ସମବେଦନା । ଏଥିସହ ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତି ଶୀଘ୍ର ସୁସ୍ଥ ହେବାକୁ କାମନା କରୁଛି । ରାଜ୍ୟ ସରକାରଙ୍କ ତଦାରଖରେ ସ୍ଥାନୀୟ ପ୍ରଶାସନ ପୀଡ଼ିତଙ୍କ ସବୁପ୍ରକାର ସହଯୋଗରେ ଲାଗିଛି: ପ୍ରଧାନମନ୍ତ୍ରୀ’ ।
SR