ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ
azadi ka amrit mahotsav g20-india-2023

ଉତ୍ତରପ୍ରଦେଶରେ ପିଏମ୍ ଶ୍ରୀ ସ୍କୁଲର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ



ବିଦ୍ୟାଳୟ ଶିକ୍ଷାରେ ନୂଆ କ୍ରାନ୍ତି ଆଣିବ ପିଏମ୍ ଶ୍ରୀ ସ୍କୁଲ -ଧର୍ମେନ୍ଦ୍ର ପ୍ରଧାନ

ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଉପସ୍ଥିତିରେ ପିଏମ୍ ଶ୍ରୀ ସ୍କୁଲ ଲୋକାର୍ପିତ

ବିଦ୍ୟାଳୟରେ ଉତ୍ତମ ଭିତ୍ତିଭୂମି ଏବଂ ବିଶ୍ୱମାନର ଶିକ୍ଷା ପ୍ରଦାନ କରିବା ମୋଦି ସରକାରଙ୍କ ପ୍ରମୁଖ ଏଜେଣ୍ଡା

ୟୁପିରେ ପିଏମ ଶ୍ରୀ ଅନ୍ତର୍ଗତ ୧୦୦୦ରୁ ଅଧିକ ବିଦ୍ୟାଳୟର ଉନ୍ନତି ସହ ଆଧୁନିକୀକରଣ କରାଯାଇଛି

ପ୍ରଧାନମନ୍ତ୍ରୀ ଏବଂ ୟୁପି ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଅଯୋଧ୍ୟାରେ ରାମ ମନ୍ଦିର ସ୍ୱପ୍ନ ପୂରଣ ହେଉଛି

ଅଯୋଧ୍ୟା ଭାରତର ବିକାଶ ଏବଂ ସମୃଦ୍ଧିର କେନ୍ଦ୍ର ହୋଇଛି

Posted On: 04 JAN 2024 8:15PM by PIB Bhubaneshwar

ବିଦ୍ୟାଳୟ ଶିକ୍ଷାରେ ନୂଆ କ୍ରାନ୍ତି ଆଣିବା ଦିଗରେ ପିଏମ ଶ୍ରୀ ସ୍କୁଲ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ଗୁରୁବାର ଉତ୍ତରପ୍ରଦେଶରେ ପିଏମ ଶ୍ରୀ ସ୍କୁଲର ଶୁଭାରମ୍ଭ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  

ପିଏମ ଶ୍ରୀ ସ୍କୁଲ ଲୋକାର୍ପଣ ଅବସରରେ ୟୁପିବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ଉତ୍ତର ପ୍ରଦେଶ ସରକାରଙ୍କ ଦ୍ୱାରା ଚୟନ ହୋଇଥିବା ୯୨୮ଟି ବିଦ୍ୟାଳୟ ଏବଂ ୮୧ଟି କେନ୍ଦ୍ରୀୟ ବିଦ୍ୟାଳୟ ଓ ଜବାହର ନବୋଦୟ ବିଦ୍ୟାଳୟକୁ ପିଏମ ଶ୍ରୀ ସ୍କୁଲରେ ବିକଶିତ କରାଯାଇଛି । ବିଦ୍ୟାଳୟରେ ଉତ୍ତମ ଓ ଅତ୍ୟାଧୁନିକ ଭିତ୍ତିଭୂମି ଏବଂ ବିଶ୍ୱମାନର ଶିକ୍ଷା ପ୍ରଦାନ କରିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପ୍ରମୁଖ ଏଜେଣ୍ଡା । ଏହି ମର୍ମରେ ଉତ୍ତରପ୍ରଦେଶରେ ପିଏମ ଶ୍ରୀ ଅନ୍ତର୍ଗତ ୧୦୦୦ରୁ ଅଧିକ ବିଦ୍ୟାଳୟର ଉନ୍ନତି ଏବଂ ଆଧୁନିକୀକରଣ କରାଯାଇଛି ।

 

ପିଏମ ଶ୍ରୀ ସ୍କୁଲ କ୍ରିୟାନ୍ୱୟନ କରିବାରେ ୟୁପିର ଅଗ୍ରଣୀ ଭୂମିକା ପ୍ରଶଂସନୀୟ । ନୂଆ ରାଷ୍ଟ୍ରୀୟ ଶିକ୍ଷା ନୀତି ହେଉ କିମ୍ବା ଉଜ୍ଜ୍ୱଳା ଯୋଜନା, ପ୍ରଧାନମନ୍ତ୍ରୀ ମୋଦିଙ୍କ ନୀତି ଗୁଡିକୁ କାର୍ଯ୍ୟକାରୀ କରିବା ଦିଗରେ ଉତ୍ତର ପ୍ରଦେଶ ଏକ ଉଦାହରଣ । ଏହା ଦ୍ୱାରା ସମଗ୍ର ଦେଶର ଆତ୍ମବିଶ୍ୱାସ ବଢୁଛି । ପ୍ରଗତି ଆଜି ଉତ୍ତରପ୍ରଦେଶର ଚରିତ୍ର ହୋଇଛି । ୟୁପିରେ ଛାତ୍ରଛାତ୍ରୀ ଏବଂ ଯୁବକ ଯୁବତୀ ମାନଙ୍କୁ ବିଶ୍ୱମାନର ଶିକ୍ଷା ଉପଲବ୍ଧ କରାଇବା ପ୍ରଧାନମନ୍ତ୍ରୀ ଓ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ଡବଲ ଇଞ୍ଜିନ ସରକାରର ଦାୟିତ୍ୱ ଅଛି । ୟୁପି ମଡେଲ ଆଗାମୀ ଦିନରେ ସମଗ୍ର ଦେଶର ମଡେଲ ହେବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ।

 

ସେ କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱରେ ୫୦୦ ବର୍ଷର ଅପେକ୍ଷାର ଅନ୍ତ ଘଟିଛି । ପବିତ୍ର ଅଯୋଧ୍ୟା ଧାମରେ ଭବ୍ୟ ରାମ ମନ୍ଦିରର ସ୍ୱପ୍ନ ପୂରଣ ହେଉଛି । ଆଜି ଅଯୋଧ୍ୟା ଭାରତର ବିକାଶ ଏବଂ ସମୃଦ୍ଧିର କେନ୍ଦ୍ର ହୋଇଛି ।

 

ଲକ୍ଷ୍ନୌରେ ୟୁପିର ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥଙ୍କୁ ଭେଟିବା ଅବସରରେ କେନ୍ଦ୍ରମନ୍ତ୍ରୀ ରାଜ୍ୟରେ ଶିକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା, ଶିକ୍ଷକ ଓ ଶିକ୍ଷାନୁଷ୍ଠାନର ଦକ୍ଷତା ବୃଦ୍ଧି, ଗବେଷଣାକୁ ପ୍ରୋତ୍ସାହିତ କରିବା ଏବଂ ୟୁପିକୁ ଜ୍ଞାନ ଭିତ୍ତିକ ଅର୍ଥନୀତିର କେନ୍ଦ୍ର ଭାବେ ପ୍ରତିଷ୍ଠା କରିବା ଦିଗରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଥିଲେ ।

 

 



(Release ID: 1993262) Visitor Counter : 83


Read this release in: Telugu , English , Urdu , Hindi