ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
କ୍ରମାଗତ ଚତୁର୍ଥ ଥର ବିଜୟ ପାଇଁ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
08 JAN 2024 7:46PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବାଂଲାଦେଶର ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କ ସହ କଥା ହୋଇ ସଂସଦୀୟ ନିର୍ବାଚନରେ କ୍ରମାଗତ ଚତୁର୍ଥ ଥର ପାଇଁ ବିଜୟୀ ହୋଇଥିବାରୁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ମୋଦୀ ଟ୍ବିଟର ରେ ପୋଷ୍ଟ କରିଛନ୍ତି :
ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କ ସହ କଥା ହୋଇ ସଂସଦୀୟ ନିର୍ବାଚନରେ କ୍ରମାଗତ ଚତୁର୍ଥ ଥର ପାଇଁ ବିଜୟୀ ହୋଇଥିବାରୁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସଫଳ ନିର୍ବାଚନ ପାଇଁ ମୁଁ ବାଂଲାଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି । ବାଂଲାଦେଶ ସହ ଆମର ସ୍ଥାୟୀ ଏବଂ ଲୋକାଭିମୁଖୀ ଭାଗିଦାରୀକୁ ଆହୁରି ସୁଦୃଢ଼ କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ।
BS
(ରିଲିଜ ଆଡି: 1994394)
ପରିଦର୍ଶକ କାଉଣ୍ଟର : 96
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam
,
Malayalam