ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ରାଷ୍ଟ୍ରପତି ପୁଟିନଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ


ସେମାନେ ଦ୍ୱିପାକ୍ଷିକ ସ୍ୱତନ୍ତ୍ର ଏବଂ ରଣନୈତିକ ଭାଗିଦାରୀକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ରୋଡମ୍ୟାପ ବିକଶିତ କରିବାକୁ ରାଜି ହୋଇଛନ୍ତି

ପ୍ରଧାନମନ୍ତ୍ରୀ 2024 ରେ ଋଷର ବ୍ରିକ୍ସ ଅଧ୍ୟକ୍ଷତା ପାଇଁ ଶୁଭେଚ୍ଛା ଜଣାଇଛନ୍ତି

Posted On: 15 JAN 2024 6:43PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରୁଷ ରାଷ୍ଟ୍ରପତି ମହାମହିମ ଶ୍ରୀ ଭ୍ଲାଦିମିର ପୁଟିନଙ୍କ ସହ ଟେଲିଫୋନ ଯୋଗେ ଆଲୋଚନା କରିଛନ୍ତି ।

ଉଭୟ ନେତା ନିକଟରେ ଦୁଇ ଦେଶ ମଧ୍ୟରେ ହୋଇଥିବା ଉଚ୍ଚସ୍ତରୀୟ ବିଷୟରେ ଦ୍ୱିପାକ୍ଷିକ ସହଯୋଗର ଅନେକ ପ୍ରସଙ୍ଗର ଅଗ୍ରଗତି ନେଇ ସମୀକ୍ଷା କରିଥିଲେ ।

ସେମାନେ ଦ୍ୱିପାକ୍ଷିକ ସମ୍ପର୍କର ବିକାଶକୁ ସକାରାତ୍ମକ ଭାବରେ ଆକଳନ କରିଥିଲେ ଏବଂ ଭାରତ-ରୁଷିଆ ସ୍ୱତନ୍ତ୍ର ଏବଂ ରଣନୈତିକ ଭାଗିଦାରୀକୁ ଅଧିକ ସୁଦୃଢ଼ କରିବା ପାଇଁ ଭବିଷ୍ୟତ ପଦକ୍ଷେପ ପାଇଁ ଏକ ରୋଡମ୍ୟାପ୍ ବିକଶିତ କରିବାକୁ ରାଜି ହୋଇଥିଲେ ।

ପାରସ୍ପରିକ ସ୍ୱାର୍ଥ ସମ୍ବନ୍ଧୀୟ ଆଞ୍ଚଳିକ ଏବଂ ବିଶ୍ୱସ୍ତରୀୟ ପ୍ରସଙ୍ଗ ଉପରେ ମଧ୍ୟ ସେମାନେ ମତ ବିନିମୟ କରିଥିଲେ ।

ପ୍ରଧାନମନ୍ତ୍ରୀ ୨୦୨୪ ରେ ବ୍ରିକ୍ସରେ ରୁଷିଆର ଅଧ୍ୟକ୍ଷତା ପାଇଁ ଶୁଭେଚ୍ଛା ଜଣାଇଥିଲେ ଏବଂ ଭାରତର ସମ୍ପୂର୍ଣ୍ଣ ସମର୍ଥନ ପାଇଁ ପ୍ରତିଶ୍ରୁତି ଦେଇଥିଲେ ।

ଦୁଇ ନେତା ଯୋଗାଯୋଗରେ ରହିବାକୁ ରାଜି ହୋଇଥିଲେ।

 

BS



(Release ID: 1996418) Visitor Counter : 94