ରାଷ୍ଟ୍ରପତିଙ୍କ ସଚିବାଳୟ

ଫେବ୍ରୁଆରି ୨୮ରୁ ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଝାଡ଼ଖଣ୍ଡ ଓ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

Posted On: 27 FEB 2024 8:03PM by PIB Bhubaneshwar

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଫେବ୍ରୁଆରି ୨୮ରୁ ମାର୍ଚ୍ଚ ୨, ୨୦୨୪ ପର୍ଯ୍ୟନ୍ତ ଝାଡ଼ଖଣ୍ଡ ଓ ଓଡ଼ିଶା ଗସ୍ତରେ ଆସିବେ।

ଫେବ୍ରୁଆରି ୨୮ତାରିଖରେ ରାଷ୍ଟ୍ରପତି ରାଞ୍ଚିଠାରେ ଝାଡ଼ଖଣ୍ଡ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ତୃତୀୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ସେହିଦିନ ରାଷ୍ଟ୍ରପତି ଓଡ଼ିଶାର ରାଇରଙ୍ଗପୁର ଠାରେ କେନ୍ଦ୍ର ସରକାରଙ୍କ ଅବକାଶ ନିବାସ ପାଇଁ ଶିଳାନ୍ୟାସ କରିବେ। ଏହି ଅବସରରେ ସେ ରାଇରଙ୍ଗପୁରଠାରେ ବିଭିନ୍ନ ସଡ଼କ ପ୍ରକଳ୍ପ ଓ କ୍ରୀଡ଼ା କମ୍ପ୍ଲେକ୍ସର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ବଡ଼ସାହିସ୍ଥିତ  ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଉଦଘାଟନ କରିବେ।

ଆସନ୍ତା ୨୯ ତାରିଖରେ ରାଷ୍ଟ୍ରପତି କେନ୍ଦୁଝର ଗୋନାସିକାସ୍ଥିତ କଦଳୀବାଡ଼ି ଗ୍ରାମର ପିଭିଟିଜି ସଦସ୍ୟଙ୍କ ସହ ଆଲୋଚନା କରିବେ। ଏହାପରେ ସେ ‘କେନ୍ଦୁଝରର ଜନଜାତି: ଲୋକ, ସଂସ୍କୃତି ଓ ଐତିହ୍ୟ’ ଶୀର୍ଷକ ଜାତୀୟ ଆଲୋଚନାଚକ୍ରକୁ ଉଦଘାଟନ କରିବା ସହ ଧରଣୀଧର ବିଶ୍ୱବିଦ୍ୟାଳୟର ଉତ୍ତର କ୍ୟାମ୍ପସ, ଗମ୍ଭରିଆ, କେନ୍ଦୁଝର ଠାରେ ଧରଣୀଧର ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ସମ୍ବୋଧିତ କରିବେ। ସନ୍ଧ୍ୟାରେ ରାଷ୍ଟ୍ରପତି ଭୁବନେଶ୍ୱରସ୍ଥିତ ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ।

ଆସନ୍ତା ୧ ତାରିଖରେ ରାଷ୍ଟ୍ରପତି ଭଞ୍ଜ ବିହାରସ୍ଥିତ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ । ପରେ କଟକରେ ସେ ବ୍ରହ୍ମକୁମାରୀ, ଓଡ଼ିଶାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗଦେବେ । ରାଷ୍ଟ୍ରପତି ଭୁବନେଶ୍ୱରସ୍ଥିତ ରାଜଭବନରେ ଓଡ଼ିଶା ସରକାରଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ଜନମନର ଉପସ୍ଥାପନା ଦେଖିବେ ।

ଆସନ୍ତା ୨ ତାରିଖରେ ରାଷ୍ଟ୍ରପତି ସମ୍ବଲପୁର ଜିଲ୍ଲାରେ ସନ୍ଥ କବି ଭୀମ ଭୋଇଙ୍କ ସହ ଜଡ଼ିତ ବିଭିନ୍ନ ସ୍ଥାନ ପରିଦର୍ଶନ କରିବେ। ସମ୍ବଲପୁର ମିନି ଷ୍ଟାଡିୟମରେ ସେ ମହିମା ସଂପ୍ରଦାୟର ଅନୁଗାମୀଙ୍କୁ ଭେଟିବେ।

*******

P.S.



(Release ID: 2009592) Visitor Counter : 57


Read this release in: English , Urdu , Hindi