ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ମଧ୍ୟପ୍ରଦେଶର ଡିଣ୍ଡୋରିରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପ୍ରତି ଗଭୀର ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
प्रविष्टि तिथि:
29 FEB 2024 10:11AM by PIB Bhubaneswar
ମଧ୍ୟପ୍ରଦେଶର ଡିଣ୍ଡୋରି ଜିଲ୍ଲାରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ଏହି ଦୁର୍ଘଟଣାରେ ଆହତ ହୋଇଥିବା ଲୋକଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟ୍ବିଟରରେ ପୋଷ୍ଟ କରିଛନ୍ତି;
‘‘ମଧ୍ୟ ପ୍ରଦେଶର ଡିଣ୍ଡୋରିରେ ହୋଇଥିବା ସଡ଼କ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ ଅଟେ। ମୋର ସମବେଦନା ଶୋକାକୁଳ ପରିଜନଙ୍କ ସହିତ ରହିଛି। ଈଶ୍ବର ତାଙ୍କୁ ଏହି କଠିନ ସମୟରେ ଶକ୍ତି ପ୍ରଦାନ କରନ୍ତୁ। ଏହା ସହିତ ସମସ୍ତ ଆହତ ଲୋକମାନଙ୍କର ଶୀଘ୍ର ସୁସ୍ଥ ହେବାର କାମନା କରୁଛି। ରାଜ୍ୟ ସରକାରଙ୍କ ତଦାରଖରେ ସ୍ଥାନୀୟ ପ୍ରଶାସନ ପୀଡ଼ିତମାନଙ୍କର ଯଥାସମ୍ଭବ ସହାୟତା କରୁଛି : PM @narendramodi”
BS
(रिलीज़ आईडी: 2010194)
आगंतुक पटल : 118
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Bengali-TR
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam