ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ସ୍ଵାମୀ ସ୍ମରଣାନନ୍ଦ ଜୀ ମହାରାଜଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ପାଇଁ ଡାକ୍ତରଖାନା ପରିଦର୍ଶନ କରିଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 05 MAR 2024 9:08PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୋଲକାତାର ଏକ ଡାକ୍ତରଖାନାକୁ ଯାଇ ରାମକୃଷ୍ଣ ମଠ ଏବଂ ରାମକୃଷ୍ଣ ମିଶନର ସଭାପତି ଶ୍ରୀମତ ସ୍ୱାମୀ ସ୍ମରଣାନନ୍ଦ ଜୀ ମହାରାଜଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ ।

ପ୍ରଧାନମନ୍ତ୍ରୀ ଟ୍ବିଟରରେ ପୋଷ୍ଟ କରିଛନ୍ତି:

କୋଲକାତାରେ ପହଞ୍ଚିବା ପରେ ଡାକ୍ତରଖାନା ଯାଇ ରାମକୃଷ୍ଣ ମଠ ଓ ରାମକୃଷ୍ଣ ମିଶନର ସଭାପତି ଶ୍ରୀମତ ସ୍ୱାମୀ ସ୍ମରଣାନନ୍ଦ ଜୀ ମହାରାଜଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଥିଲି।

ଆମେ ସମସ୍ତେ ତାଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ଶୀଘ୍ର ଆରୋଗ୍ୟ କାମନା କରୁଛୁ।

 

BS


(ରିଲିଜ ଆଡି: 2011789) ପରିଦର୍ଶକ କାଉଣ୍ଟର : 163