ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ 'ରେମାଲ'ର ପ୍ରସ୍ତୁତି ର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ; ଘୂର୍ଣ୍ଣିବଳୟ ଯୋଗୁଁ ପଶ୍ଚିମବଙ୍ଗ ଓ ଉତ୍ତରପୂର୍ବ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି


ପ୍ରଧାନମନ୍ତ୍ରୀ କହିଥିଲେ ଯେ ଭାରତ ସରକାର ରାଜ୍ୟ ସରକାରଙ୍କୁ ପୂର୍ଣ୍ଣ ସମର୍ଥନ ଦେଇଛନ୍ତି ଏବଂ ଏହା ଜାରି ରହିବ

ଦକ୍ଷିଣ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ; ପ୍ରାୟ ଏକ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି

ବର୍ତ୍ତମାନ ପଶ୍ଚିମବଙ୍ଗ ଏବଂ ଓଡ଼ିଶାରେ ନିୟୋଜିତ ଏନଡିଆରଏଫ ଟିମ୍ ସହିତ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଯେ ଅଧିକ ଟିମକୁ ପ୍ରସ୍ତୁତ ରଖାଯିବ ଯେଉଁମାନେ ଏକ ଘଣ୍ଟା ମଧ୍ୟରେ ଯାଇ ପାରିବେ

ନିୟମିତ ଅପଡେଟ୍ ସହିତ ବାଂଲାଦେଶକୁ ସୂଚନା ସହଯୋଗ ମଧ୍ୟ ପ୍ରଦାନ କରାଯାଉଛି

Posted On: 26 MAY 2024 9:19PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳେ ଲୋକ କଲ୍ୟାଣ ମାର୍ଗସ୍ଥିତ ତାଙ୍କ ବାସଭବନରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ 'ରେମାଲ' ପ୍ରସ୍ତୁତି ସମୀକ୍ଷା କରିବା ପାଇଁ ଏକ ବୈଠକରେ ଅଧ୍ୟକ୍ଷତା କରିଥିଲେ

ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆଜି ମଧ୍ୟରାତ୍ରି ସୁଦ୍ଧା ଏହି ସାମୁଦ୍ରିକ ଝଡ଼ ବାଂଲାଦେଶ ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରି ମଙ୍ଗଲା (ବାଂଲାଦେଶ) ଦକ୍ଷିଣ ପଶ୍ଚିମ ରେ ଅବସ୍ଥିତ ସାଗର ଦ୍ୱୀପପୁଞ୍ଜ ଏବଂ ଖେପୁପଡ଼ା ମଧ୍ୟରେ ଅତିକ୍ରମ କରିବାର ସମ୍ଭାବନା ରହିଛି ଏବଂ ପଶ୍ଚିମବଙ୍ଗ ଏବଂ ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକରେ ବର୍ଷା ହେବାର ସମ୍ଭାବନା ରହିଛି

ଜାତୀୟ ବିପର୍ଯ୍ୟୟ ପରିଚାଳନା କମିଟି ପଶ୍ଚିମବଙ୍ଗ ସରକାରଙ୍କ ସହ ନିୟମିତ ଯୋଗାଯୋଗରେ ଅଛି ବୋଲି ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା ସମସ୍ତ ମତ୍ସ୍ୟଜୀବୀଙ୍କୁ ଦକ୍ଷିଣ ବଙ୍ଗୋପସାଗର ଆଣ୍ଡାମାନ ସାଗରକୁ ନଯିବାକୁ ପରାମର୍ଶ ଦିଆଯାଇଛି। ପାଖାପାଖି ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଉଛି। ଆଇଏମଡି ମଧ୍ୟ ନିୟମିତ ଅପଡେଟ୍ ସହିତ ବାଂଲାଦେଶକୁ ସୂଚନା ସହାୟତା ପ୍ରଦାନ କରୁଛି

ପ୍ରଧାନମନ୍ତ୍ରୀ କହିଥିଲେ ଯେ ଭାରତ ସରକାର ରାଜ୍ୟ ସରକାରଙ୍କୁ ସମ୍ପୂର୍ଣ୍ଣ ସମର୍ଥନ କରିଛନ୍ତି ଏବଂ ଏହା ଜାରି ରଖିବା ଉଚିତ୍ ପୁନରୁଦ୍ଧାର ପାଇଁ ଆବଶ୍ୟକ ସହାୟତା ଯୋଗାଇ ଦେବା ପାଇଁ ଗୃହ ମନ୍ତ୍ରଣାଳୟ ପରିସ୍ଥିତି ଉପରେ ନଜର ରଖିବା ସହ ବାତ୍ୟା ସ୍ଥଳଭାଗ ଛୁଇଁବା ପରେ ସମୀକ୍ଷା କରିବା ଉଚିତ ବୋଲି ସେ କହିଛନ୍ତି। ପଶ୍ଚିମବଙ୍ଗରେ ୧୨ଟି ଓଡ଼ିଶାରେ ଗୋଟିଏ ଏନଡିଆରଏଫ ଟିମ୍ ମୁତୟନ ହୋଇଥିବା ବେଳେ ଆଉ ଗୋଟିଏ ଟିମ୍ କୁ ପ୍ରସ୍ତୁତ ରଖିବାକୁ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଯେକୌଣସି ଜରୁରୀକାଳୀନ ପରିସ୍ଥିତି ପାଇଁ ଭାରତୀୟ ତଟରକ୍ଷୀ ବାହିନୀ ସତର୍କ ରହିବ। କୌଣସି ଅପ୍ରୀତିକର ଘଟଣାକୁ ଏଡ଼ାଇବା ପାଇଁ ବନ୍ଦର, ରେଳବାଇ ରାଜପଥ ଉପରେ ତୀକ୍ଷ୍ଣ ନଜର ରଖାଯିବ ବୋଲି ସେ କହିଛନ୍ତି

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, କ୍ୟାବିନେଟ୍ ସଚିବ, ଗୃହ ସଚିବ, ଏନଡିଆରଏଫ ଡିଜି, ଆଇଏମଡି ଡିଜି ଏବଂ ଏନଡିଏମଏର ସଦସ୍ୟ ସଚିବ ମଧ୍ୟ ଏହି ବୈଠକରେ ଉପସ୍ଥିତ ଥିଲେ

 

BS



(Release ID: 2021760) Visitor Counter : 39