ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

‘‘ଏକ ପେଡ୍ ମା’ କେ ନାମ’’ ଅଭିଯାନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ


ଦିଲ୍ଲୀର ବୁଦ୍ଧ ଜୟନ୍ତୀ ପାର୍କରେ ବିଶ୍ୱ ପରିବେଶ ଦିବସରେ ଅଶ୍ୱତ୍ଥ ଗଛ ଲଗାଇଲେ

Posted On: 05 JUN 2024 2:21PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱ ପରିବେଶ ଦିବସ ଅବସରରେ ‘‘ଏକ ପେଡ୍ ମା କେ ନାମ’’ (ଗୋଟିଏ ଗଛ ମା’ଙ୍କ ନାମରେ) ଅଭିଯାନର ଶୁଭାରମ୍ଭ କରିଛନ୍ତି । ଦିଲ୍ଲୀର ବୁଦ୍ଧ ଜୟନ୍ତୀ ପାର୍କରେ ଶ୍ରୀ ମୋଦୀ ଏକ ଅଶ୍ୱତ୍ଥ ଗଛ ଲଗାଇଛନ୍ତି । ଆମ ପୃଥିବୀକୁ ଉନ୍ନତ କରିବାରେ ଯୋଗଦାନ କରିବା ପାଇଁ ସେ ସମସ୍ତଙ୍କୁ ଅନୁରୋଧ କରିଛନ୍ତି । ସେ ସୂଚନା ଦେଇଛନ୍ତି ଯେ ଗତ ଦଶନ୍ଧି ମଧ୍ୟରେ ଭାରତ ଅନେକ ସାମୂହିକ ପ୍ରୟାସ ହାତକୁ ନେଇଛି ଯାହା ଫଳରେ ସମଗ୍ର ଦେଶରେ ଜଙ୍ଗଲ ବୃଦ୍ଧି ପାଇଛି । ନିରନ୍ତର ବିକାଶ ଦିଗରେ ଆମର ପ୍ରୟାସ ପାଇଁ ଏହା ବହୁତ ଭଲ ବୋଲି ଶ୍ରୀ ମୋଦୀ ଆହୁରି କହିଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସରେ ଏକ ଥ୍ରେଡ୍ ପୋଷ୍ଟ କରି କହିଛନ୍ତି;

‘‘ଆଜି ବିଶ୍ୱ ପରିବେଶ ଦିବସ ଅବସରରେ #एक_पेड़_माँ_के_नाम ଅଭିଯାନ ଆରମ୍ଭ କରି ଖୁସି ଲାଗୁଛି। ମା'ଙ୍କୁ ସମ୍ମାନ ଜଣାଇ ଆଗାମୀ ଦିନରେ ଏକ ବୃକ୍ଷ ରୋପଣ କରିବାକୁ ମୁଁ ଭାରତ ତଥା ସମଗ୍ର ବିଶ୍ୱର ସମସ୍ତଙ୍କୁ ଆହ୍ୱାନ କରୁଛି । #Plant4Mother କିମ୍ବା #एक_पेड़_माँ_के_नाम ହାଶଟ୍ୟାଗ୍‌ ବ୍ୟବହାର କରି ଏପରି କରୁଥିବାର ଫଟୋ ସେୟାର କରନ୍ତୁ।’’
"ଆଜି ସକାଳେ ମୁଁ ପ୍ରକୃତି ମାତାଙ୍କ ସୁରକ୍ଷା ଏବଂ ଦୀର୍ଘସ୍ଥାୟୀ ଜୀବନଶୈଳୀ
କୁ ଆପଣେଇବା ପାଇଁ ଆମର ପ୍ରତିବଦ୍ଧତା ଅନୁଯାୟୀ ଏକ ବୃକ୍ଷ ରୋପଣ କରିଥିଲି । ମୁଁ ଆପଣ ସମସ୍ତଙ୍କୁ ଅନୁରୋଧ କରୁଛି ଯେ ଆମ ପୃଥିବୀକୁ ଉନ୍ନତ କରିବାରେ ଯୋଗଦାନ କରନ୍ତୁ । #Plant4Mother #
एक_पेड़_माँ_के_नाम"

‘‘ଏହା ଆପଣ ସମସ୍ତଙ୍କୁ ବହୁତ ଖୁସି କରିବ ଯେ ଗତ ଏକ ଦଶନ୍ଧି ମଧ୍ୟରେ ଭାରତ ଅନେକ ସାମୂହିକ ପ୍ରୟାସ ହାତକୁ ନେଇଛି ଯାହା ଫଳରେ ସମଗ୍ର ଦେଶରେ ଜଙ୍ଗଲ ବୃଦ୍ଧି ପାଇଛି । ନିରନ୍ତର ବିକାଶ ଦିଗରେ ଆମର ପ୍ରୟାସ ପାଇଁ ଏହା ବହୁତ ଭଲ । ସ୍ଥାନୀୟ ଜନ ସମୁଦାୟ କିପରି ଏହି ଅବସରରେ ଆଗେଇ ଆସିଛନ୍ତି ଏବଂ ଏଥିରେ ନେତୃତ୍ୱ ନେଇଛନ୍ତି ତାହା ମଧ୍ୟ ପ୍ରଶଂସନୀୟ।

‘‘ଆଜି ବିଶ୍ୱ ପରିବେଶ ଦିବସରେ #एक_पेड़_माँ_के_नाम ଅଭିଯାନର ଶୁଭାରମ୍ଭ କରି ମୁଁ ବହୁତ ଖୁସି । ମୁଁ ଦେଶବାସୀ ତଥା ସାରା ବିଶ୍ୱର ଲୋକଙ୍କୁ ଅନୁରୋଧ କରୁଛି ଯେ ସେମାନେ ନିଜ ମା’ଙ୍କ ସହ ମିଶି କିମ୍ବା ତାଙ୍କ ନାମରେ ଏକ ଗଛ ଲଗାନ୍ତୁ । ଏହା ଆପଣଙ୍କ ପକ୍ଷରୁ ଏକ ମୂଲ୍ୟବାନ ଉପହାର ହେବ । ଆପଣ ଏହା ସହ ଜଡିତ ଫଟୋକୁ #Plant4Mother, #एक_पेड़_माँ_के_नाम ସହ ସେୟାର କରିବା ଜରୁରୀ ।”

 

*****

P.S/Swadhin/PIB Bhubaneswar

 

 



(Release ID: 2022943) Visitor Counter : 48