ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଜି-୭ ସମ୍ମିଳନୀ ଅବସରରେ ୟୁକ୍ରେନ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
ପୋଷ୍ଟ କରାଯିବା ଦିନାଙ୍କ:
14 JUN 2024 5:12PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇଟାଲୀରେ ଅନୁଷ୍ଠିତ ଜି-୭ ଶିଖର ସମ୍ମିଳନୀ ଅବସରରେ ୟୁକ୍ରେନର ରାଷ୍ଟ୍ରପତି ମହାମହିମ ଶ୍ରୀ ଭୋଲୋଦିମିର ଜେଲେନସ୍କିଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଥିଲେ । ତୃତୀୟ ଥର ପାଇଁ ଦାୟିତ୍ୱ ଗ୍ରହଣ କରିବାକୁ ନେଇ ଶୁଭେଚ୍ଛା ଜଣାଇବା ନିମନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଜେଲେନସ୍କିଙ୍କୁ ଧନ୍ୟବାଦ ଜଣାଇଥିଲେ ।
୨. ଉଭୟ ନେତାଙ୍କ ମଧ୍ୟରେ ଏକ ଫଳପ୍ରଦ ବୈଠକ ହୋଇଥିଲା , ଯେଉଁଥିରେ ସେମାନେ ଦ୍ୱିପାକ୍ଷିକ ସମ୍ପର୍କକୁ ସୁଦୃଢ଼ କରିବାର ଉପାୟ ଉପରେ ଆଲୋଚନା କରିଥିଲେ । ୟୁକ୍ରେନର ସ୍ଥିତି ଏବଂ ସ୍ୱିଜରଲ୍ୟାଣ୍ଡ ଦ୍ୱାରା ଆୟୋଜନ କରାଯାଉଥିବା ଆଗାମୀ ଶାନ୍ତି ଶିଖର ସମ୍ମିଳନୀ ଉପରେ ମଧ୍ୟ ସେମାନେ ମତ ବିନିମୟ କରିଥିଲେ ।
୩. ଆଲୋଚନା ଏବଂ କୂଟନୀତି ମାଧ୍ୟମରେ ଭାରତ ବିବାଦର ଶାନ୍ତିପୂର୍ଣ୍ଣ ସମାଧାନକୁ ପ୍ରୋତ୍ସାହିତ କରିବା ଜାରି ରଖିବ ବୋଲି ପ୍ରଧାନମନ୍ତ୍ରୀ ଜଣାଇଥିଲେ ଏବଂ ଏକ ଶାନ୍ତିପୂର୍ଣ୍ଣ ସମାଧାନକୁ ସମର୍ଥନ କରିବା ପାଇଁ ଭାରତ ତା\'ର ସାମର୍ଥ୍ୟ ମଧ୍ୟରେ ସବୁକିଛି ଜାରି ରଖିବ ବୋଲି ଦୋହରାଇଥିଲେ ।
୪. ଉଭୟ ନେତା ଯୋଗାଯୋଗରେ ରହିବାକୁ ସହମତି ପ୍ରକାଶ କରିଥିଲେ ।
*****
SSP
(ରିଲିଜ ଆଡି: 2025435)
ପରିଦର୍ଶକ କାଉଣ୍ଟର : 133
ଏହି ରିଲିଜ ପଢନ୍ତୁ :
Assamese
,
English
,
Urdu
,
Marathi
,
हिन्दी
,
Hindi_MP
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam