ରାଷ୍ଟ୍ରପତିଙ୍କ ସଚିବାଳୟ

ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

Posted On: 05 JUL 2024 6:59PM by PIB Bhubaneshwar

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି ଅର୍ଥାତ୍‌ ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ।

ରାଷ୍ଟ୍ରପତି ଜୁଲାଇ ୬ ତାରିଖରେ ଭୁବନେଶ୍ୱରରେ ହେବାକୁ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ।

ଜୁଲାଇ ୭ ତାରିଖରେ ରାଷ୍ଟ୍ରପତି ପୁରୀ ଠାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀଗୁଣ୍ଡିଚା ରଥଯାତ୍ରା ଦେଖିବେ।

ରାଷ୍ଟ୍ରପତି ଜୁଲାଇ ୮ ତାରିଖରେ ଉଦୟଗିରି ଗୁମ୍ଫା ପରିଦର୍ଶନ କରିବା ସହ ବିଭୂତି କାନୁନଗୋ କଳା ଓ ହସ୍ତଶିଳ୍ପ ମହାବିଦ୍ୟାଳୟ ଓ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ମତ ବିନିମୟ କରିବେ । ସେହିଦିନ ସେ ଭୁବନେଶ୍ୱର ନିକଟସ୍ଥ ହରିଡ଼ାମଡ଼ା ଗ୍ରାମରେ ବ୍ରହ୍ମକୁମାରୀମାନଙ୍କର ଦିବ୍ୟ ରିଟ୍ରିଟ୍ କେନ୍ଦ୍ର ଉଦଘାଟନ କରିବା ସହ ‘ସ୍ଥାୟିତ୍ୱ ପାଇଁ ଜୀବନଶୈଳୀ’ ଅଭିଯାନର ଶୁଭାରମ୍ଭ କରିବେ।

ଜୁଲାଇ ୯ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରସ୍ଥିତ ଜାତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ନାଇଜର୍‌)ର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ ଯୋଗଦେବେ।

*****

P.S/Swadhin/PIB Bhubaneswar



(Release ID: 2031158) Visitor Counter : 17


Read this release in: English , Urdu , Hindi , Tamil