ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଉନ୍ନାଓ ସଡ଼କ ଦୁର୍ଘଟଣା ପାଇଁ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ, ସହାୟତା ଘୋଷଣା

Posted On: 10 JUL 2024 10:45AM by PIB Bhubaneshwar

ଉନ୍ନାଓ ସଡ଼କ ଦୁର୍ଘଟଣା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ପୀଡ଼ିତମାନଙ୍କୁ ରାଜ୍ୟ ସରକାରଙ୍କ ତଦାରଖରେ ସ୍ଥାନୀୟ ପ୍ରଶାସନ ଯଥାସମ୍ଭବ ସାହାଯ୍ୟ କରୁଛି ବୋଲି ସେ କହିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:

“ଉତ୍ତର ପ୍ରଦେଶର ଉନ୍ନାଓରେ ହୋଇଥିବା ସଡ଼କ ଦୁର୍ଘଟଣା ଅତ୍ୟନ୍ତ କଷ୍ଟଦାୟକ । ଦୁର୍ଘଟଣାରେ ଯେଉଁମାନେ ନିଜ ଲୋକଙ୍କୁ ହରାଇଛନ୍ତି, ସେମାନଙ୍କ ପ୍ରତି ମୋର ଗଭୀର ସମବେଦନା । ଏଭଳି କଠିନ ଘଡ଼ିସନ୍ଧି ମୁହୂର୍ତ୍ତରେ ଭଗବାନ ସେମାନଙ୍କୁ ସହାୟ ହୁଅନ୍ତୁ । ଏଥିସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ରାଜ୍ୟ ସରକାରଙ୍କ ତଦାରଖରେ ସ୍ଥାନୀୟ ପ୍ରଶାସନ ପୀଡ଼ିତମାନଙ୍କୁ ଯଥାସମ୍ଭବ ସହାୟତା କରୁଛି: PM @narendramodi” ।

ଉନ୍ନାଓ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ ଅନୁକମ୍ପାମୂଳକ ସହାୟତା ପାଇଁ ଶ୍ରୀ ମୋଦୀ ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ ହୋଇଛି:

“ଉନ୍ନାଓ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି । ଆହତ ମାନଙ୍କୁ ୫୦ ଟଙ୍କା ଲେଖାଏଁ ପ୍ରଦାନ କରାଯିବ ।”

SR



(Release ID: 2032100) Visitor Counter : 15