ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଆନ୍ଧ୍ରପ୍ରଦେଶର ଅନାକାପଲ୍ଲୀର କାରଖାନାରେ ହୋଇଥିବା ଦୁର୍ଘଟଣାରେ ମୃତକଙ୍କ ପ୍ରତି ସମବେଦନା ଜଣାଇଲେ ପ୍ରଧାନମନ୍ତ୍ରୀ
ପିଏମ୍ଏନ୍ଆର୍ଏଫ୍ରୁ ସହାୟତା ରାଶି ଘୋଷଣା
Posted On:
22 AUG 2024 6:56AM by PIB Bhubaneshwar
ଆନ୍ଧ୍ରପ୍ରଦେଶର ଅନାକାପଲ୍ଲୀର ଏକ କାରଖାନାରେ ହୋଇଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକମାନଙ୍କ ପ୍ରତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମବେଦନା ଜଣାଇଛନ୍ତି । ଏଥିସହ ଶ୍ରୀ ମୋଦୀ ଦୁର୍ଘଟଣାରେ ଆହତ ହୋଇଥିବା ଲୋକମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ।
ପ୍ରଧାନମନ୍ତ୍ରୀ ମଧ୍ୟ ପିଏମ୍ଏନ୍ଆର୍ଏଫ୍ରୁ ମୃତକଙ୍କ ପରିବାରମାନଙ୍କ ପାଇଁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି ଯେ;
“ଅନାକାପଲ୍ଲୀରେ ଥିବା ଏକ କାରଖାନାରେ ଘଟିଥିବା ଦୁର୍ଘଟଣାରେ ହୋଇଥିବା ଜୀବନ ହାନୀ ଯୋଗୁଁ ଦୁଃଖିତ । ଯେଉଁମାନେ ସେମାନଙ୍କର ନିକଟତମ ଏବଂ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସମବେଦନା । ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ । ପିଏମ୍ଏନ୍ଆର୍ଏଫ୍ରୁ ପ୍ରତ୍ୟେକ ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା ଲେଖାଏଁ ସହାୟତା ଦିଆଯିବ ।”
SR
(Release ID: 2047508)
Visitor Counter : 39
Read this release in:
English
,
Urdu
,
Marathi
,
Hindi
,
Hindi_MP
,
Bengali-TR
,
Assamese
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam