ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ୟୁକ୍ରେନ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

Posted On: 23 AUG 2024 6:33PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କିଭ୍ ଠାରେ ୟୁକ୍ରେନର ରାଷ୍ଟ୍ରପତି ମହାମହିମ ଶ୍ରୀ ଭୋଲୋଦିମିର ଜେଲେନସ୍କିଙ୍କୁ ସାକ୍ଷାତ କରିଛନ୍ତି । ମେରିନସ୍କି ପ୍ୟାଲେସରେ ପହଞ୍ଚିବା ପରେ ରାଷ୍ଟ୍ରପତି ଜେଲେନସ୍କି ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ ।

ଦୁଇ ନେତା ଦ୍ୱିପାକ୍ଷିକ ସମ୍ପର୍କର ସମଗ୍ର ଦିଗ ଉପରେ ଆଲୋଚନା କରିଥିଲେ ଏବଂ ପାରସ୍ପରିକ ସ୍ୱାର୍ଥସମ୍ପନ୍ନ ଆଞ୍ଚଳିକ ଏବଂ ବିଶ୍ୱସ୍ତରୀୟ ପ୍ରସଙ୍ଗ ଉପରେ ମତ ବିନିମୟ କରିଥିଲେ । ବୈଠକ ପରେ ଏକ ମିଳିତ ବିବୃତି ପ୍ରକାଶ ପାଇଛି।

ଦୁଇ ନେତା ଙ୍କ ମଧ୍ୟରେ ୪ଟି ଚୁକ୍ତି ସ୍ୱାକ୍ଷରିତ ହୋଇଛି । ସେଗୁଡ଼ିକ ହେଲା (୧) କୃଷି ଓ ଖାଦ୍ୟ ଉଦ୍ୟୋଗ କ୍ଷେତ୍ରରେ ସହଯୋଗ ରାଜିନାମା; () ମେଡିକାଲ ଉତ୍ପାଦ ନିୟନ୍ତ୍ରଣ କ୍ଷେତ୍ରରେ ସହଯୋଗ ପାଇଁ ବୁଝାମଣାପତ୍ର; () ଉଚ୍ଚ ପ୍ରଭାବଶାଳୀ ଗୋଷ୍ଠୀ ଉନ୍ନୟନ ପ୍ରକଳ୍ପଗୁଡ଼ିକର କାର୍ଯ୍ୟକାରିତା ପାଇଁ ଭାରତୀୟ ମାନବିକ ଅନୁଦାନ ସହାୟତା ଉପରେ ବୁଝାମଣାପତ୍ର; ଏବଂ (୪) ୨୦୨୪-୨୦୨୮ ପାଇଁ ସାଂସ୍କୃତିକ ସହଯୋଗ କାର୍ଯ୍ୟକ୍ରମ ।

***

HS



(Release ID: 2048332) Visitor Counter : 49