ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ
azadi ka amrit mahotsav

ଅକ୍ଟୋବର ୧୫, ୨୦୨୪ରେ ସ୍ୱାସ୍ଥ୍ୟସେବା, କୃଷି ଏବଂ ସ୍ଥାୟୀ ସହର ଉପରେ ୩ଟି ଏଆଇ - ଉତ୍କର୍ଷ କେନ୍ଦ୍ର ଘୋଷଣା କରିବେ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ

Posted On: 14 OCT 2024 1:28PM by PIB Bhubaneshwar

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅକ୍ଟୋବର ୧୫, ୨୦୨୪ରେ ନୂଆଦିଲ୍ଲୀଠାରେ ସ୍ୱାସ୍ଥ୍ୟସେବା, କୃଷି ଏବଂ ସ୍ଥାୟୀ ସହର ଉପରେ ତିନୋଟି ଏଆଇ ସେଣ୍ଟର ଅଫ୍ ଏକ୍ସଲେନ୍ସ (ସିଓଇ) ଘୋଷଣା କରିବେ ।

 

'ବିକଶିତ ଭାରତ'ର ସ୍ୱପ୍ନକୁ ସାକାର କରିବା ପାଇଁ ଏହି ତିନୋଟି ଉତ୍କର୍ଷ କେନ୍ଦ୍ରକୁ ଶୀର୍ଷ ଶିକ୍ଷାନୁଷ୍ଠାନ, ଶିଳ୍ପ ଅଂଶୀଦାର ଏବଂ ଷ୍ଟାର୍ଟଅପ୍ ମାନେ ନେତୃତ୍ୱ ପ୍ରଦାନ କରିବେ । ସେମାନେ ଆନ୍ତଃବିଭାଗୀୟ ଗବେଷଣା କରିବେ, ଅତ୍ୟାଧୁନିକ ଆପ୍ଲିକେସନ୍ ବିକଶିତ କରିବେ ଏବଂ ଏହି ତିନୋଟି କ୍ଷେତ୍ରରେ ଅଧିକ ସମାଧାନ ସୃଷ୍ଟି କରିବେ। ଏହି ପଦକ୍ଷେପର ଉଦ୍ଦେଶ୍ୟ ହେଉଛି ଏକ ପ୍ରଭାବଶାଳୀ ଏଆଇ ଇକୋସିଷ୍ଟମକୁ ବିକଶିତ କରିବା ଏବଂ ଏହିସବୁ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ଗୁଣାତ୍ମକ ମାନବ ସମ୍ବଳକୁ ପ୍ରସ୍ତୁତ କରିବା

 

୨୦୨୩-୨୪ ବଜେଟ୍ ଘୋଷଣାର ପାରା ୬୦ ଅଧୀନରେ "ଭାରତରେ ଏଆଇ ତିଆରି କରିବା ଏବଂ ଭାରତ ପାଇଁ ଏଆଇ କାର୍ଯ୍ୟ କରିବା" ଲକ୍ଷ୍ୟର ଏକ ଅଂଶ ଭାବରେ ଏହି କେନ୍ଦ୍ରଗୁଡ଼ିକ ପ୍ରତିଷ୍ଠା କରିବାକୁ ଘୋଷଣା କରାଯାଇଥିଲା । ଏହାକୁ ଦୃଷ୍ଟିରେ ରଖି ସରକାର ୨୦୨୩-୨୪ ଆର୍ଥିକ ବର୍ଷରୁ ୨୦୨୭-୨୮ ଆର୍ଥିକ ବର୍ଷ ମଧ୍ୟରେ ମୋଟ ୯୯୦.୦୦ କୋଟି ଟଙ୍କାର ଆର୍ଥିକ ବ୍ୟୟବରାଦ ସହିତ ତିନୋଟି ଏଆଇ ସେଣ୍ଟର ଅଫ୍ ଏକ୍ସଲେନ୍ସ ଗଠନ କୁ ମଞ୍ଜୁରୀ ଦେଇଛନ୍ତି।

 

ଏହି ପଦକ୍ଷେପର କାର୍ଯ୍ୟକାରିତା ତଦାରଖ କରିବା ପାଇଁ ଜୋହୋ କର୍ପୋରେସନର ପ୍ରତିଷ୍ଠାତା ତଥା ସିଇଓ ଡ. ଶ୍ରୀଧର ଭେମ୍ବୁଙ୍କ ଅଧ୍ୟକ୍ଷତାରେ ଏକ ଶୀର୍ଷ କମିଟି ଗଠନ କରାଯାଇଛି।

 

ଏହି ଅବସରରେ ସଚିବ ଶ୍ରୀ କେ.ସଞ୍ଜୟ ମୂର୍ତ୍ତିଙ୍କ ସମେତ ଆଇଆଇଟିର ନିର୍ଦ୍ଦେଶକ, ଉଚ୍ଚ ଶିକ୍ଷାନୁଷ୍ଠାନର ମୁଖ୍ୟ (ଏଚ୍ଇଆଇ), ଶିଳ୍ପନେତା, ଷ୍ଟାର୍ଟଅପ୍ ପ୍ରତିଷ୍ଠାତା ଏବଂ ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ଯୋଗଦେବେ।

 

HS



(Release ID: 2064737) Visitor Counter : 41