ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ବେଙ୍ଗାଲୁରୁରେ କୋଠା ଭୁଶୁଡ଼ି ମୃତ୍ୟୁ ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ପ୍ରକାଶ,ପିଏମଏନଆରଏଫରୁ ସହାୟତା ଘୋଷଣା
ପୋଷ୍ଟ କରାଯିବା ଦିନାଙ୍କ:
24 OCT 2024 7:47AM by PIB Bhubaneswar
ବେଙ୍ଗାଲୁରୁରେ କୋଠା ଭୁଶୁଡ଼ି ଲୋକଙ୍କ ଜୀବନ ହାନି ଘଟଣାରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ମଧ୍ୟ ପିଏମଏନଆରଏଫରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ ପାଇଁ ଘୋଷଣା କରିଛନ୍ତି ।
ଏକ୍ସ ରେ ଏକ ପୋଷ୍ଟରେ ସେ ଲେଖିଛନ୍ତି:
“ବେଙ୍ଗାଲୁରୁରେ କୋଠା ଭୁଶୁଡ଼ି ଜୀବନହାନି ଘଟଣାରେ ଦୁଃଖିତ । ନିକଟ ସମ୍ପର୍କୀୟଙ୍କୁ ହରାଇଥିବା ଲୋକଙ୍କ ପ୍ରତି ମୋର ସମବେଦନା । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ: @narendramodi”
SR
(ରିଲିଜ ଆଡି: 2067583)
ପରିଦର୍ଶକ କାଉଣ୍ଟର : 66
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Manipuri
,
Bengali-TR
,
Assamese
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam