ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
କାନାଡାରେ ହିନ୍ଦୁ ମନ୍ଦିର ଉପରେ ଆକ୍ରମଣକୁ ଦୃଢ଼ ନିନ୍ଦା କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
ଏଭଳି ହିଂସାକାଣ୍ଡ ଭାରତର ସଂକଳ୍ପକୁ କେବେ ବି ଦୁର୍ବଳ କରିବ ନାହିଁ। କାନାଡା ସରକାର ନ୍ୟାୟ ସୁନିଶ୍ଚିତ କରିବା ସହ ଆଇନର ଶାସନ ବଜାୟ ରଖିବେ ବୋଲି ଆମେ ଆଶା କରୁଛୁ: ପ୍ରଧାନମନ୍ତ୍ରୀ
प्रविष्टि तिथि:
04 NOV 2024 8:33PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନିକଟରେ କାନାଡାର ଏକ ହିନ୍ଦୁ ମନ୍ଦିର ଉପରେ ହୋଇଥିବା ଆକ୍ରମଣ ଏବଂ ଭାରତୀୟ କୂଟନୀତିଜ୍ଞମାନଙ୍କୁ ଭୟଭୀତ କରିବାର ପ୍ରୟାସକୁ ଦୃଢ଼ ନିନ୍ଦା କରିଛନ୍ତି। ଭାରତର ଦୃଢ଼ ସଂକଳ୍ପ ଉପରେ ଗୁରୁତ୍ୱାରୋପ କରି ସେ ନ୍ୟାୟ ସୁନିଶ୍ଚିତ କରିବା ଏବଂ ଆଇନର ଶାସନକୁ ବଜାୟ ରଖିବାକୁ କାନାଡା ସରକାରଙ୍କୁ ଆହ୍ୱାନ ଦେଇଛନ୍ତି ।
ଏକ୍ସରେ ପୋଷ୍ଟ କରିଥିବା ନିଜ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି:
କାନାଡ଼ାର ଏକ ହିନ୍ଦୁ ମନ୍ଦିର ଉପରେ ଯୋଜନାବଦ୍ଧ ଆକ୍ରମଣକୁ ମୁଁ ଦୃଢ଼ ନିନ୍ଦା କରୁଛି। ଆମ କୂଟନୀତିଜ୍ଞମାନଙ୍କୁ ଭୟଭୀତ କରିବାର କାପୁରୁଷତାପୂର୍ଣ୍ଣ ପ୍ରୟାସ ମଧ୍ୟ ସେତିକି ଉଦବେଗଜନକ। ଏଭଳି ହିଂସାକାଣ୍ଡ ଭାରତର ସଂକଳ୍ପକୁ କେବେ ବି ଦୁର୍ବଳ କରିବ ନାହିଁ। କାନାଡା ସରକାର ନ୍ୟାୟ ସୁନିଶ୍ଚିତ କରିବେ ଏବଂ ଆଇନର ଶାସନକୁ ବଜାୟ ରଖିବେ ବୋଲି ଆମେ ଆଶା କରୁଛୁ ।
*********
P.S.
(रिलीज़ आईडी: 2070731)
आगंतुक पटल : 83
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam