ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଡୋମିନିକାର ସର୍ବୋଚ୍ଚ ଜାତୀୟ ସମ୍ମାନ

ପୋଷ୍ଟ କରାଯିବା ଦିନାଙ୍କ: 21 NOV 2024 5:39AM by PIB Bhubaneswar

ଡୋମିନିକାର ରାଷ୍ଟ୍ରପତି ସିଲ୍‌ଭେନି ବ୍ରୁଟୋନ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ କୋଭିଡ ୧୯ ମହାମାରୀ ସମୟରେ ଡୋମିନିକାକୁ ସମର୍ଥନ କରିବା ଏବଂ ଭାରତ ଓ ଡୋମିନିକା ସମ୍ପର୍କକୁ ସୁଦୃଢ଼ କରିବାରେ ତାଙ୍କର ପ୍ରତିବଦ୍ଧତା ପାଇଁ ସର୍ବୋଚ୍ଚ ଜାତୀୟ ପୁରସ୍କାର – “ଡୋମିନିକା ଆୱାର୍ଡ ଅଫ୍ ଅନର୍‌” ପ୍ରଦାନ କରିଛନ୍ତି । ଏହି ଅବସରରେ ଡୋମିନିକାର ପ୍ରଧାନମନ୍ତ୍ରୀ ଶ୍ରୀ ରୁଜଭେଲ୍ଟ ସ୍କେରିଟ୍ ମଧ୍ୟ ଉପସ୍ଥିତ ଥିଲେ । ଗୁୟାନାର ରାଷ୍ଟ୍ରପତି ଡ. ଇରଫାନ ଅଲି, ବାରବାଡୋସ୍‌ର ପ୍ରଧାନମନ୍ତ୍ରୀ ମିଆ ଅମୋର ମୋଟଲି. ଗ୍ରେନେଡାର ପ୍ରଧାନମନ୍ତ୍ରୀ ଶ୍ରୀ ଡିକ୍କନ ମିସେଲ୍‌, ସେଣ୍ଟ୍ ଲୁସିଆର ପ୍ରଧାନମନ୍ତ୍ରୀ ଫିଲିପ୍ ଜେ.ପିୟରେ ଏବଂ ଆଣ୍ଟିଗୁଆ ଓ ବାର୍‌ବୁଡାର ପ୍ରଧାନମନ୍ତ୍ରୀ ଗ୍ୟାସ୍‌ଟନ୍ ବ୍ରାଉନ ମଧ୍ୟ ଏହି ପୁରସ୍କାର ସମାରୋହରେ ଉପସ୍ଥିତ ଥିଲେ ।

ପ୍ରଧାନମନ୍ତ୍ରୀ ଏହି ସମ୍ମାନ ଭାରତର ଲୋକଙ୍କୁ ଏବଂ ଭାରତ ଓ ଡୋମିନିକା ମଧ୍ୟରେ ଥିବା ଗଭୀର ଐତିହାସିକ ତଥା ସାଂସ୍କୃତିକ ସମ୍ପର୍କକୁ ଉତ୍ସର୍ଗ କରିଥିଲେ । ଆସନ୍ତା ବର୍ଷରେ ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ବନ୍ଧ ଅଧିକ ସୁଦୃଢ଼ ଏବଂ ଗଭୀର ହେବ ବୋଲି ସେ ଆତ୍ମବିଶ୍ୱାସ ପ୍ରକାଶ କରିଛନ୍ତି ।

ଆଜି ୨୦ ନଭେମ୍ବର ୨୦୨୪ରେ ଗୁୟାନାର ଜର୍ଜଟାଉନ୍‌ରେ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀରେ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା ।

**********

SR   

 


(ରିଲିଜ ଆଡି: 2075402) ପରିଦର୍ଶକ କାଉଣ୍ଟର : 85