ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଉତ୍ତର ପ୍ରଦେଶର କନୌଜରେ ବସ୍ ଦୁର୍ଘଟଣାରେ ଲୋକଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ; ପିଏମ୍ଏନ୍ଆର୍ଏଫ୍ରୁ ସହାୟତା ରାଶି ଘୋଷଣା
प्रविष्टि तिथि:
06 DEC 2024 8:05PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର କନୌଜରେ ବସ୍ ଦୁର୍ଘଟଣାରେ ହୋଇଥିବା ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କରିଛନ୍ତି । ଏହି ଅବସରରେ ଶ୍ରୀ ମୋଦୀ ପିଏମ୍ଏନ୍ଆର୍ଏଫ୍ରୁ ମୃତକଙ୍କ ସମ୍ପର୍କୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ପାଇଁ ୫୦,୦୦୦ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।
ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି :
“ଉତ୍ତର ପ୍ରଦେଶର କନୌଜରେ ବସ୍ ଦୁର୍ଘଟଣାରେ ହୋଇଥିବା ଜୀବନ ହାନୀ ଯୋଗୁଁ ଦୁଃଖିତ । ଏହି ଘଟଣାରେ ନିଜର ପିୟଜନମାନଙ୍କୁ ହରାଇଥିବା ଲୋକଙ୍କ ପ୍ରତି ସମବେଦନା । ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ । ସ୍ଥାନୀୟ ପ୍ରଶାସନ ପ୍ରଭାବିତ ଲୋକମାନଙ୍କୁ ସାହାଯ୍ୟ କରୁଛି ।
ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ସମ୍ପର୍କୀୟଙ୍କୁ ପିଏମ୍ଏନ୍ଆର୍ଏଫ୍ରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କାର ସହାୟତା ରାଶି ଦିଆଯିବ : PM
@narendramodi "
SR
(रिलीज़ आईडी: 2081812)
आगंतुक पटल : 55
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam