ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

କର୍ଣ୍ଣାଟକର ଉତ୍ତର କନ୍ନଡରେ ବସ୍ ଦୁର୍ଘଟଣାରେ ହୋଇଥିବା ପ୍ରାଣହାନୀ ଘଟଣାରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

Posted On: 22 JAN 2025 2:32PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ଉତ୍ତର କନ୍ନଡରେ ହୋଇଥିବା ବସ୍ ଦୁର୍ଘଟଣାରେ ହୋଇଥିବା ପ୍ରାଣହାନୀ ଘଟଣାରେ ଶୋକ ପ୍ରକାଶ କରିଛନ୍ତି । ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ଆତ୍ମୀୟ ପରିଜନଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମ୍‌ଏନ୍‌ଆର୍‌ଏଫ୍‌)ରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ହ୍ୟାଣ୍ଡେଲ୍ ପକ୍ଷରୁ ଏକ୍ସରେ ଏକ ପୋଷ୍ଟରେ କୁହାଯାଇଛି :

“କର୍ଣ୍ଣାଟକର ଉତ୍ତର କନ୍ନଡ ଜିଲ୍ଲାରେ ହୋଇଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ପାଇଁ ଗଭୀର ଦୁଃଖିତ । ନିଜର ପ୍ରିୟଜନଙ୍କୁ ହରାଇଥିବା ଲୋକଙ୍କ ପ୍ରତି ସମବେଦନା । ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ । ସ୍ଥାନୀୟ ପ୍ରଶାସନ ପ୍ରଭାବିତ ଲୋକମାନଙ୍କର ସହାୟତା କରୁଛି ।

ମୃତକଙ୍କ ଆତ୍ମୀୟ ପରିଜନଙ୍କୁ ପିଏମ୍‌ଏନ୍‌ଆର୍‌ଏଫ୍‌ରୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରାଯିବ । ଆହତମାନଙ୍କୁ ମଧ୍ୟ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ଦିଆଯିବ ।”

 

SR


(Release ID: 2095333)